କରୋନା ଅପଡେଟ୍: ଭାରତରେ ୧,୧୧୨ ନୂଆ ମାମଲା

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ର ଆଉ ୧,୧୧୨ ନୂଆ ମାମଲା ଆସିଛି । ଏଥିସହ ମୋଟ କରୋନା ସଂକ୍ରମଣ ୪,୪୬,୪୬,୮୮୦ ରେ ପହଞ୍ଚିଥିବାବେଳେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୨୦,୮୨୧ କୁ ହ୍ରାସ ପାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଗୁରୁବାର ସକାଳ ୮ଟା ସୁଦ୍ଧା ପ୍ରକାଶିତ ତଥ୍ୟ ଅନୁଯାୟୀ କୋଭିଡ୍-୧୯ ଯୋଗୁଁ ଆଉ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ କୋଭିଡ୍ ମୃତ୍ୟୁ ସଂଖ୍ୟା ୫,୨୮,୯୮୭ରେ ପହଞ୍ଚିଛି। ସକ୍ରିୟ ବା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ମୋଟ ସଂକ୍ରମଣର ୦.୦୫ ପ୍ରତିଶତ ହୋଇଥିବାବେଳେ କୋଭିଡ-୧୯ରୁ ଜାତୀୟ ଆରୋଗ୍ୟ ହାର ୯୮.୭୭ ପ୍ରତିଶତକୁ ବୃଦ୍ଧି ପାଇଛି।

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟାରେ ୭୮୬ ମାମଲା ହ୍ରାସ ପାଇଛି। ସଂକ୍ରମଣର ଦୈନିକ ହାର ୦.୭୭ ପ୍ରତିଶତ ଥିବାବେଳେ ସାପ୍ତାହିକ ସଂକ୍ରମଣ ହାର ୧.୦୬ ପ୍ରତିଶତ ରେକର୍ଡ କରାଯାଇଛି । ସଂକ୍ରମଣରୁ ମୁକ୍ତ ହୋଇଥିବା ଲୋକଙ୍କ ସଂଖ୍ୟା ୪,୪୦,୯୭,୦୭୨ କୁ ବୃଦ୍ଧି ପାଇଛି । ଦେଶରେ ମୃତ୍ୟୁ ହାର ୧.୧୮ ପ୍ରତିଶତ ରେକର୍ଡ କରାଯାଇଛି । ଦେଶବ୍ୟାପୀ କୋଭିଡ୍-୧୯ ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୨୧୯.୫୭ କୋଟି ଡୋଜ୍ ଟିକା ଦିଆଯାଇଛି।

Comments are closed.