କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ୧୧,୭୯୩ ନୂଆ ମାମଲା, ୨୭ ମୃତ

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟାରେ କୋଭିଡ-୧୯ର ଆଉ ୧୧,୭୯୩ ନୂଆ ମାମଲା ରିପୋର୍ଟ ହୋଇଛି । ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ୪,୩୪,୧୮,୮୩୯କୁ ବୃଦ୍ଧି ପାଇଛି। ଏହି ସମୟରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୯୬,୭୦୦ କୁ ବୃଦ୍ଧି ପାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ମଙ୍ଗଳବାର ସକାଳ ୮ ଟାରେ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ, କରୋନାରେ ଆଉ ୨୭ ଜଣଙ୍କର ମୃତ୍ୟୁ ହେବା ପରେ ଭାରତରେ ମୃତ୍ୟୁ ସଂଖ୍ୟା ୫,୨୫,୦୪୭ କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ ବା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୯୬,୭୦୦ କୁ ବୃଦ୍ଧି ପାଇଛି, ଯାହାକି ମୋଟ ରୋଗର ୦.୨୨ ପ୍ରତିଶତ।

ଅପଡେଟ୍ ତଥ୍ୟ ଅନୁଯାୟୀ ଦେଶରେ ଜାତୀୟ ଆରୋଗ୍ୟ ହାର ୯୮.୫୭ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ହାର ୨.୪୯ ପ୍ରତିଶତ ହୋଇଥିବାବେଳେ ସାପ୍ତାହିକ ସଂକ୍ରମଣ ହାର ୩.୩୬ ପ୍ରତିଶତ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ୪,୨୭,୯୭,୦୯୨ ଲୋକ ସୁସ୍ଥ ହୋଇଛନ୍ତି ଏବଂ କୋଭିଡ-୧୯ ରୁ ମୃତ୍ୟୁ ହାର ୧.୨୧ ପ୍ରତିଶତ ରହିଛି। ଅପରପକ୍ଷରେ ଦେଶବ୍ୟାପୀ ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୧୯୭.୩୧ କୋଟିରୁ ଅଧିକ ଡୋଜ୍ ଟିକା ଦିଆଯାଇଛି।

Comments are closed.