କରୋନା ଅପଡେଟ୍: ଦେଶରେ ୧,୯୬୮ ନୂଆ ମାମଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧,୯୬୮ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ଗତ ୧୩୩ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ଦୈନିକ ମାମଲା ଏହାପୂର୍ବରୁ ମେ ୨୩ ରେ ୧,୬୭୫ ମାମଲା ଆସିଥିଲା ।ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୫,୯୯,୪୬୬ କୁ ବୃଦ୍ଧି ପାଇଛି। ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତରଫରୁ ମଙ୍ଗଳବାର ସକାଳ ୮ଟା ସୁଦ୍ଧା ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ କରୋନାରୁ ଆଉ ୧୫ ଜଣଙ୍କର ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫,୨୮,୭୧୬ କୁ ବୃଦ୍ଧି ପାଇଛି।

ତଥ୍ୟ ଅନୁଯାୟୀ, ଦେଶରେ ଚିକିତ୍ସାଧୀନ କୋଭିଡ୍ ରୋଗୀଙ୍କ ସଂଖ୍ୟା ୩୪,୫୯୮ କୁ ହ୍ରାସ ପାଇଛି, ଯାହାକି ମୋଟ ରୋଗର ୦.୦୮ ପ୍ରତିଶତ। ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୧,୫୨୮ ହ୍ରାସ ପାଇଛି। ରୋଗୀଙ୍କ ଜାତୀୟ ଆରୋଗ୍ୟ ହାର ୯୮.୭୪ ପ୍ରତିଶତକୁ ବୃଦ୍ଧି ପାଇଛି।

Comments are closed.