କରୋନା ଅପଡେଟ୍: ଭାରତରେ ୨୦,୪୦୯ ନୂଆ ମାମଲା | News Room Odisha

କରୋନା ଅପଡେଟ୍: ଭାରତରେ ୨୦,୪୦୯ ନୂଆ ମାମଲା

ନୂଆଦିଲ୍ଲୀ: ଭାରତରେ ଦିନକରେ ୨୦,୪୦୯ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ଏହା ପରେ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୩୯,୭୯,୭୩୦ କୁ ବୃଦ୍ଧି ପାଇଛି। ଏଥି ସହିତ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୧,୪୩,୯୮୮ କୁ ହ୍ରାସ ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ସକାଳ ୮ ଟାରେ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ ୩୨ ଜଣଙ୍କର ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫,୨୬,୨୫୮ କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ ତଥା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୧,୪୩,୯୮୮ କୁ ହ୍ରାସ ପାଇଛି, ଯାହାକି ମୋଟ ମାମଲାର ୦.୩୩ ପ୍ରତିଶତ । ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୩୩୫ ହ୍ରାସ ପାଇଛି। ରୋଗୀଙ୍କ ଜାତୀୟ ଆରୋଗ୍ୟ ହାର ୯୮.୪୮ ପ୍ରତିଶତ ରହିଛି ।