କରୋନା ଅପଡେଟ୍: ଦେଶରେ ୩,୨୩୦ ନୂଆ ମାମଲା, ୩୨ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ଆଉ ୩,୨୩୦ ନୂଆ କରୋନା ମାମଲା ଆସିଛି । ସଂକ୍ରମଣ ରିପୋର୍ଟ ହେବା ପରେ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୫,୭୫,୪୭୩କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୪୨,୩୫୮କୁ ଖସି ଆସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ମଙ୍ଗଳବାର ସକାଳ ୮ଟା ସୁଦ୍ଧା ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ କରୋନା ଯୋଗୁଁ ଆଉ ୩୨ ଜଣ ପ୍ରାଣ ହରାଇଛନ୍ତି । ଦେଶରେ ମୋଟ କୋଭିଡ୍ ମୃତ୍ୟୁ ସଂଖ୍ୟା ୫,୨୮,୫୬୨କୁ ବୃଦ୍ଧି ପାଇଛି।

ତଥ୍ୟ ଅନୁଯାୟୀ, ଦେଶରେ ସକ୍ରିୟ ତଥା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୪୨,୩୫୮କୁ ଖସି ଆସିଛି, ଯାହା ମୋଟ ସଂକ୍ରମଣର ୦.୧୦ ପ୍ରତିଶତ । ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୧,୦୫୭ ହ୍ରାସ ପାଇଛି। ରୋଗୀଙ୍କ ଜାତୀୟ ସୁସ୍ଥତା ହାର ୯୮.୭୨ ପ୍ରତିଶତକୁ ବୃଦ୍ଧି ପାଇଛି।

Comments are closed.