କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ୩,୭୧୪ ନୂଆ ମାମଲା | News Room Odisha

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ୩,୭୧୪ ନୂଆ ମାମଲା

ନୂଆଦିଲ୍ଲୀ: ଭାରତରେ ଦୈନିକ କରୋନା ମାମଲାରେ ୧୭.୮ ପ୍ରତିଶତ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩,୭୧୪ ମାମଲା ରିପୋର୍ଟ ହୋଇଛି। ଏପର୍ଯ୍ୟନ୍ତ ସମୁଦାୟ ୪୩,୧୮୫,୦୪୯ ମାମଲା ରୁଜୁ ହୋଇଛି। ଦେଶରେ ସକ୍ରିୟ ମାମଲା ୨୬,୯୭୬କୁ ବୃଦ୍ଧି ପାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪୨,୬୩୩,୩୬୫ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨,୫୧୩ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାଛଡ଼ା କରୋନା ଯୋଗୁଁ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ କରୋନା ଯୋଗୁଁ ସମୁଦାୟ ୫,୨୪,୭୦୮ ଜଣଙ୍କର ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩,୯୬,୧୬୯ ଟିକା ଡୋଜ୍ ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ ୧୯୪,୨୭,୧୬,୫୪୩ ଡୋଜ୍ ଟିକା ଦିଆଯାଇଛି।