କରୋନା ଅପଡେଟ୍: ଦେଶରେ ୪,୭୭୭ ନୂଆ ମାମଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୪,୭୭୭ କରୋନା ମାମଲା ରିପୋର୍ଟ ହୋଇଛି । ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୫,୬୮,୧୧୪ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରବିବାର ଏହି ସୂଚନା ଦେଇଛି।

ମନ୍ତ୍ରଣାଳୟ କହିଛି ଯେ ଭାରତରେ ସକ୍ରିୟ ତଥା ଚିକିତ୍ସାଧୀନ କୋଭିଡ-୧୯ ରୋଗୀଙ୍କ ସଂଖ୍ୟା ୪୩,୯୯୪ କୁ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ରୋଗରେ ଆଉ ୨୩ ଜଣ ରୋଗୀ ପ୍ରାଣ ହରାଇଥିବା ବେଳେ ମୋଟ ମୃତକଙ୍କ ସଂଖ୍ୟା ୫,୨୮,୫୧୦ରେ ପହଞ୍ଚିଛି।

ରବିବାର ସକାଳ ୮ ଟା ସୁଦ୍ଧା ଅପଡେଟ୍ ହୋଇଥିବା ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ସମୁଦାୟ ସଂକ୍ରମଣର ୦.୧୦ ପ୍ରତିଶତକୁ ବୃଦ୍ଧି ପାଇଥିବାବେଳେ କୋଭିଡ-୧୯ରୁ ସୁସ୍ଥ ହାର ଜାତୀୟ ସ୍ତରରେ ୯୮.୭୨ ପ୍ରତିଶତକୁ ବୃଦ୍ଧି ପାଇଛି।

ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୪୨ ହ୍ରାସ ପାଇଛି।

Comments are closed.