କରୋନା ଅପଡେଟ୍: ଦେଶରେ ଆଉ ୫,୪୩୯ ନୂଆ ଆକ୍ରାନ୍ତ, ସକ୍ରିୟ ମାମଲା ୬୫,୭୩୨କୁ ହ୍ରାସ | News Room Odisha

କରୋନା ଅପଡେଟ୍: ଦେଶରେ ଆଉ ୫,୪୩୯ ନୂଆ ଆକ୍ରାନ୍ତ, ସକ୍ରିୟ ମାମଲା ୬୫,୭୩୨କୁ ହ୍ରାସ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୫,୪୩୯ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୪,୨୧,୧୬୨କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୬୫,୭୩୨କୁ ହ୍ରାସ ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ମଙ୍ଗଳବାର ସକାଳ ୮ଟାରେ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ କୋଭିଡ-୧୯ ପାଇଁ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୬୫,୭୩୨ କୁ ହ୍ରାସ ପାଇଛି, ଯାହା ମୋଟ ମାମଲାର ୦.୧୫ ପ୍ରତିଶତ ଅଟେ। ରୋଗୀଙ୍କ ଜାତୀୟ ସୁସ୍ଥତା ହାର ୯୮.୬୬ ପ୍ରତିଶତକୁ ବୃଦ୍ଧି ପାଇଛି। ଦୈନିକ ସଂକ୍ରମଣ ହାର ୧.୭୦ ପ୍ରତିଶତ ହୋଇଥିବାବେଳେ ସାପ୍ତାହିକ ସଂକ୍ରମଣ ହାର ୨.୬୪ ପ୍ରତିଶତ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ସମୁଦାୟ ୪,୩୮,୨୫,୦୨୪ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି ଏବଂ କୋଭିଡ-୧୯ରୁ ମୃତ୍ୟୁ ହାର ୧.୧୯ ପ୍ରତିଶତ ରହିଛି। ଏଥି ସହିତ ଦେଶବ୍ୟାପୀ ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୨୧୨.୭୧ କୋଟି କୋଭିଡ୍ ଟିକା ଦିଆଯାଇଛି।