କରୋନା ଅପଡେଟ୍: ଦେଶରେ ୫,୭୪୭ ନୂଆ ମାମଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କୋଭିଡ-୧୯ର ୫,୭୪୭ ନୂଆ ମାମଲା ରିପୋର୍ଟ ହୋଇଛି । ଏଥିସହ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୫,୨୮,୫୨୪ କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ମଧ୍ୟ ୪୬,୮୪୮ କୁ ବୃଦ୍ଧି ପାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଶନିବାର ସକାଳ ୮ ଟାରେ ଅପଡେଟ୍ ହୋଇଥିବା ତଥ୍ୟ ଅନୁଯାୟୀ, ଦେଶରେ ମୋଟ କୋଭିଡ୍ ମୃତ୍ୟୁ ସଂଖ୍ୟା ୫,୨୮,୩୦୨ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଚିକିତ୍ସାଧୀନ ବା ସକ୍ରିୟ ରୋଗୀଙ୍କ ସଂଖ୍ୟା ମୋଟ ସଂକ୍ରମଣର ୦.୧୧ ପ୍ରତିଶତ ହୋଇଥିବାବେଳେ କୋଭିଡ-୧୯ ରୁ ଜାତୀୟ ସୁସ୍ଥତା ହାର ୯୮.୭୧ ପ୍ରତିଶତକୁ ବୃଦ୍ଧି ପାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ଦୈନିକ ସଂକ୍ରମଣ ହାର ୧.୬୯ ପ୍ରତିଶତ ରେକର୍ଡ ହୋଇଥିବାବେଳେ ସାପ୍ତାହିକ ସଂକ୍ରମଣ ହାର ୧.୭୪ ପ୍ରତିଶତ ରହିଛି। ଏହି ରୋଗରୁ ସୁସ୍ଥ ପାଇଥିବା ଲୋକଙ୍କ ସଂଖ୍ୟା ୪,୩୯,୫୩,୩୭୪ କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁ ହାର ୧.୧୯ ପ୍ରତିଶତ ରେକର୍ଡ କରାଯାଇଛି।

ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, ଦେଶବ୍ୟାପୀ ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୨୧୬.୪୧ କୋଟି କୋଭିଡ୍ ଟିକା ଦିଆଯାଇଛି।

Comments are closed.