କରୋନା ଅପଡେଟ୍: ଦେଶରେ ୬,୧୬୮ ନୂଆ ମାମଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନାର ୬,୧୬୮ ନୂଆ ମାମଲା ରିପୋର୍ଟ ହୋଇଛି । ଏଥିସହ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୪,୪୨,୫୦୭ କୁ ବୃଦ୍ଧି ପାଇଥିବାବେଳେ ସକ୍ରିୟ ରୋଗୀ ସଂଖ୍ୟା ୫୯,୨୧୦କୁ ଖସି ଆସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ଗୁରୁବାର ସକାଳ ୮ ଟାରେ ପ୍ରକାଶିତ ସଦ୍ୟତମ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣ ଯୋଗୁଁ ୨୧ ଜଣଙ୍କର ମୃତ୍ୟୁ ପରେ ମୋଟ ମୃତ୍ୟୁ ସଂଖ୍ୟା ୫,୨୭,୯୩୨କୁ ବୃଦ୍ଧି ପାଇଛି।

ତଥ୍ୟ ଅନୁଯାୟୀ, ଦେଶରେ ଚିକିତ୍ସାଧୀନ ବା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯,୨୧୦କୁ ଖସି ଆସିଛି, ଯାହା ମୋଟ ରୋଗର ୦.୧୩ ପ୍ରତିଶତ । ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୫୩୮ ହ୍ରାସ ପାଇଛି। ରୋଗୀଙ୍କ ଜାତୀୟ ଆରୋଗ୍ୟ ହାର ୯୮.୬୮ ପ୍ରତିଶତକୁ ବୃଦ୍ଧି ପାଇଛି।

ଅପଡେଟ୍ ହୋଇଥିବା ତଥ୍ୟ ଅନୁଯାୟୀ, ଦୈନିକ ସଂକ୍ରମଣ ହାର ୧.୯୪ ପ୍ରତିଶତ ହୋଇଥିବାବେଳେ ସାପ୍ତାହିକ ସଂକ୍ରମଣ ହାର ୨.୫୧ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪,୩୮,୫୫,୩୬୫ ଲୋକ ସୁସ୍ଥ ହୋଇଛନ୍ତି ଏବଂ କୋଭିଡ-୧୯ ମୃତ୍ୟୁ ହାର ୧.୧୯ ପ୍ରତିଶତ ରେକର୍ଡ କରାଯାଇଛି। ଅପରପକ୍ଷରେ ଦେଶବ୍ୟାପୀ ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୨୧୨.୭୫ କୋଟି ଡୋଜ୍ ଟିକା ଦିଆଯାଇଛି।

Comments are closed.