କରୋନା ଅପଡେଟ୍: ଦେଶରେ ଆଉ ୭,୩୫୦ ଆକ୍ରାନ୍ତ ଚିହ୍ନଟ, ୨୦୨ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ଦେଶରେ ୭,୩୫୦ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଦିନକରେ ଏହି ରୋଗରେ ୨୦୨ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ଏପର୍ଯ୍ୟନ୍ତ କରୋନା ଓମିକ୍ରନ୍ ଭାରିଆଣ୍ଟର ୩୮ ଟି ମାମଲା ରୁଜୁ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୯୧ ହଜାର ୪୫୬ ରହିଛି। ଏଥି ସହିତ, ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୪ ଲକ୍ଷ ୭୫ ହଜାର ୬୩୬କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଆଉ ୭୯୭୩ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ୩ କୋଟି ୪୧ ଲକ୍ଷ ୩୦ ହଜାର ୭୬୮ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

ଦେଶବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ବର୍ତ୍ତମାନ ସୁଦ୍ଧା ୧୩୩ କୋଟିରୁ ଅଧିକ ଡୋଜ୍ ଟିକା ଦିଆଯାଇଛି।

Comments are closed.