କରୋନା ଅପଡେଟ୍: ବଢୁଛି ସଂକ୍ରମଣ, ଦିନକରେ ୮,୩୨୯ ନୂଆ ମାମଲା, ସକ୍ରିୟ ରୋଗୀ ସଂଖ୍ୟା ୪୦ ହଜାର ଟପିଲା

ନୂଆଦିଲ୍ଲୀ: ଗତ ଭାରତରେ କରୋନା ଗ୍ରାଫ୍ ପୁଣି ଉପରମୁହାଁ ହେବାରେ ଲାଗିଛି । ଦୈନିକ ସଂକ୍ରମଣ ୮ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୮,୩୨୯ ଟି ନୂଆ ମାମଲା ଆସିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୩୨,୧୩,୪୩୫ କୁ ବୃଦ୍ଧି ପାଇଛି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୦,୩୭୦ କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, କରୋନାରେ ଆଉ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୫,୨୪,୭୫୭ କୁ ବୃଦ୍ଧି ପାଇଛି। ଦେଶରେ ମୃତ୍ୟୁ ହାର ୧.୨୧ ପ୍ରତିଶତ ରହିଛି ।

ତଥ୍ୟ ଅନୁଯାୟୀ, ଏହି ରୋଗରୁ ଏଯାବତ୍ ମୋଟ ୪,୨୬,୪୮,୩୦୮ ଲୋକ ସୁସ୍ଥ ହୋଇଛନ୍ତି । ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ସମୁଦାୟ ସଂକ୍ରମଣର ୦.୦୮ ପ୍ରତିଶତ ହୋଇଥିବାବେଳେ କୋଭିଡ -୧୯ ରୁ ଜାତୀୟ ସୁସ୍ଥତା ହାର ୯୮.୭୦ ପ୍ରତିଶତ ରହିଛି। ଦେଶବ୍ୟାପୀ କୋଭିଡ୍-୧୯ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୧୯୪.୯୨ କୋଟି ଡୋଜ୍ ଟିକା ଦିଆଯାଇଛି।

Comments are closed.