ବାରବାଟୀ ଟି-୨୦: ଭୁବନେଶ୍ୱରରେ ପହଞ୍ଚିଲେ ଦୁଇ ଦଳର ଖେଳାଳି

ଭୁବନେଶ୍ୱର: ଆସନ୍ତା ୧୨ରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଦ୍ବିତୀୟ ଟି-୨୦ ପାଇଁ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଦଳ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଅପରାହ୍ନ ପ୍ରାୟ ୨ଟାରେ ଉଭୟ ଟିମ୍ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଥିଲେ । ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ସେମାନଙ୍କୁ ମେ ଫେୟାର ହୋଟେଲକୁ ନିଆଯାଇଥିଲା। ଉଭୟ ଦଳର ଖେଳାଳିଙ୍କୁ ସେ ଫେୟାର ହୋଟେଲରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

ବାରବାଟୀ ଟି-୨୦ ପାଇଁ ସମସ୍ତ ଟିକେଟ୍ ବିକ୍ରି ହୋଇଯାଇଛି। ନୂଆଦିଲ୍ଲୀରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟି-୨୦ରେ ଭାରତ ୭ ଓ୍ବିକେଟରେ ହାରି ଯାଇଥିଲା। ତେଣୁ ଟିମ୍ ଇଣ୍ଡିଆ ବାରବାଟୀରେ ବିଜୟ ସହ ସିରିଜକୁ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷ୍ୟରେ ରହିଛି । ଏଭଳି ସ୍ଥଳେ ବାରବାଟୀରେ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିବ ବୋଲି ଆଶା କରାଯାଉଛି ।

Comments are closed.