ଲଘୁଚାପ ପ୍ରଭାବ : ୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ରାଜ୍ୟରେ ୪୫ରୁ ୫୫ କିମି ବେଗରେ ବହିବ ପବନ, ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ | News Room Odisha

ଲଘୁଚାପ ପ୍ରଭାବ : ୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ରାଜ୍ୟରେ ୪୫ରୁ ୫୫ କିମି ବେଗରେ ବହିବ ପବନ, ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର- ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଅତିପ୍ରବଲ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ମଙ୍ଗଳବାର ସକାଳ ସାଢେ ୮ଟା ସୁଦ୍ଧା ନବରଂଗପୁର, ନୂଆପଡା, ବରଗଡ,ଝାରସୁଗୁଡା ଓ ବଲାଙ୍ଗିରରେ ଅତିପ୍ରବଳ ବର୍ଷା ହୋଇପାରେ ।

ରାଜ୍ୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବି ବହିବ । ରାୟଗଡା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୂରଭଂଜ, ଯାଜପୁର ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ଯାଏଁ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଏସଆରସି ପ୍ରଦୀପ ଜେନା କହିଛନ୍ତି ।