ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି , ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ଦୁଇତିନି ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବବରେ ଓଡିଶାରେ ଦକ୍ଷିଣ ଓ ପଶ୍ଚିମ ସୀମାନ୍ତରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆଂଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ବିଶେଷ କରି ଦକ୍ଷିଣ ଓଡିଶାର କୋରାପୁଟ, ମାଲକାନଗିରି, ନବରଂଗପୁର ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷିପାରେ । ଏ ନେଇ ପ୍ରସ୍ତୁତ ରହିବାକୁ ଏସଆରସି ପ୍ରଦୀପ କୁମାର ଜେନା ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଲଘୁଚାପ ଯୋଗୁଁ ଆସନ୍ତାକାଲିଠାରୁ ଦୁଇ ତିନି ଦିନ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ କହିଛନ୍ତି ।

Comments are closed.