ମୋଦୀ ସରକାରଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କଲେ ଲୋକସଭା ବାଚସ୍ପତି | News Room Odisha

ମୋଦୀ ସରକାରଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କଲେ ଲୋକସଭା ବାଚସ୍ପତି

ନୂଆଦିଲ୍ଲୀ: ମଣିପୁର ପ୍ରସଙ୍ଗ ନେଇ ମୋଦୀ ସରକାରଙ୍କ ବିରୋଧରେ ବିରୋଧୀ ମେଣ୍ଟର ଅନାସ୍ଥା ପ୍ରସ୍ତାବକୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଗ୍ରହଣ କରିଛନ୍ତି। ବିରୋଧୀଙ୍କ ତରଫରୁ କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଓ ବିଆରଏସ୍ ସାଂସଦ ନାମା ନାଗେଶ୍ଵର ରାଓ ଅନାସ୍ଥା ପ୍ରସ୍ତାବ ନୋଟିସ୍ ଦେଇଥିଲେ ।

ମଣିପୁରରେ ଜାତିଗତ ହିଂସା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ବିବୃତ୍ତି ରଖନ୍ତୁ ବୋଲି ବିରୋଧୀ ଦାବି କରିଆସୁଛନ୍ତି ।

ସବୁ ସାଂସଦଙ୍କ ସହ ପରାମର୍ଶ ପରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ପାଇଁ ତାରିଖ ଓ ସମୟ ଧାର୍ଯ୍ୟ କରାଯିବ ବୋଲି ବାଚସ୍ପତି ଗୃହକୁ ଜଣାଇଛନ୍ତି । ନିୟମାନୁସାରେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ଅନୁମୋଦନ ଲାଗି ଅତି କମରେ ୫୦ ସାଂସଦଙ୍କ ସମର୍ଥନ ଆବଶ୍ୟକ।

ମୌସୁମୀ ଅଧିବେଶନ ଆରମ୍ଭ ହେବା ପରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସଂସଦର ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ବୁଧବାର ମଧ୍ୟ ବିରୋଧୀଙ୍କ ହଙ୍ଗାମା ଯୋଗୁଁ ଲୋକସଭା ଓ ରାଜ୍ୟସଭାକୁ ମଧ ରଦ୍ଦ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିଲା ।