ବଙ୍ଗୋପସାଗରରେ ଆସନ୍ତା ୨୨ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା | News Room Odisha

ବଙ୍ଗୋପସାଗରରେ ଆସନ୍ତା ୨୨ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ବର – ଚଳିତ ମାସ ୨୨ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୪ ତାରିଖ ଆଡ଼କୁ ଏହା ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଧିରେ ଧିରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରି ଅବପାତର ରୂପ ନେଇପାରେ ।

ମେ ୨୪ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ଅବପାତର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ହୋଇପାରେ ।

ଏଣେ ଆଗାମୀ ୪ ରୁ ୫ ଦିନ ମଧ୍ୟ୍ୟରେ ରାଜ୍ୟରେ କିଛି ସ୍ଥାନରେ ହିଟୱେଭ ସ୍ଥିତି ଦେଖିବାକୁ ମିଳିବ ଦିନ ତାପମାତ୍ରାରେ ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ।