ମାଣିକ ସାହା ହେବେ ତ୍ରିପୁରାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ଅଗରତାଲା: ତ୍ରିପୁରା ବିଜେପି ସଭାପତି ମାଣିକ ସାହା ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଶନିବାର ତ୍ରିପୁରା ମୁଖ୍ୟମନ୍ତ୍ରୀ ପଦରୁ ବିପ୍ଲ ଦେବ ଇସ୍ତଫା ଦେବା ପରେ ବିଧାୟକ ଦଳର ଏକ ବୈଠକରେ ରାଜ୍ୟ ବିଜେପି ସଭାପତି ତଥା ରାଜ୍ୟସଭା ସାଂସଦ ଡଃ ମାଣିକ ସାହାଙ୍କୁ ଏହି ପଦରେ ନିଯୁକ୍ତ କରାଯାଇଛି। ରାଜ୍ୟସଭା ସାଂସଦ ମାଣିକ ସାହା ବିଧାୟକ ଦଳର ନେତା ଭାବରେ ନିର୍ବାଚିତ ହେବା ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏହାପୂର୍ବରୁ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ ଶନିବାର ଅଚାନକ ରାଜ୍ୟପାଳ ଏସ.ଏନ୍ ଆର୍ଯ୍ୟଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ରାଜ୍ୟରେ ବିଧାନସଭା ନିର୍ବାଚନର ବର୍ଷକ ପୂର୍ବରୁ ବିପ୍ଲବ ଦେବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ।

Comments are closed.