ଆସନ୍ତା ମାସରୁ ପୁଣି ଆରମ୍ଭ ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର: ଏପ୍ରିଲ୍‌ ମାସରୁ ରାଜ୍ୟର ସ୍କୁଲଗୁଡ଼ିକରେ ପୁଣି ଆରମ୍ଭ ହେବ ମଧ୍ୟାହ୍ନ ଭୋଜନ। ପିଲାଙ୍କୁ ପୁଣି ମଧ୍ୟାହ୍ନ ଭୋଜନ ଦେବାକୁ ଗଣଶିକ୍ଷା ବିଭାଗର ଏମଡିଏମ ୟୁନିଟ୍‌ ନୋଡାଲ ଅଫିସର ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍‌ ଗାଇଡ୍‌ ଲାଇନ୍‌ ସହ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବାକୁ ନିର୍ଦ୍ଦେଶ ରହିଛି।
କୋରୋନା ପାଇଁ ରାଜ୍ୟରେ ବନ୍ଦ ରହିଥିଲା ସମସ୍ତ ସ୍କୁଲ୍‌। ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ବାବଦକୁ ଟଙ୍କା ପ୍ରଦାନ କରାଯାଉଥିଲା। ଟଙ୍କା ସେମାନଙ୍କ ଆକାଉଣ୍ଟରେ ଜମା କରାଯାଉଥିଲା। ଆଉ କିଛି ସ୍ଥାନରେ ଚାଉଳ ଓ ଡାଲି ବଣ୍ଟନ କରାଯାଉଥିଲା। କୋରୋନା କୋପ କମିଲା ପୂର୍ବ ପରି ସ୍କୁଲ୍‌ ଖୋଲିଛି। ପିଲାମାନେ ଯେପରି ସ୍କୁଲରେ ଭୋକିଲା ନରହିବେ, ସେଥିପ୍ରତି ଧ୍ୟାନ ଦେଇ ରାଜ୍ୟ ସରକାର ପୁଣି ଥରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.