ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ | News Room Odisha

ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର – ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ I ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ସୂଚନା ଅନୁସାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଏବେ ଜଲଗାଓଁ, ବିଦର, ତିରୁପତି ଓ ପୁଡୁଚେରୀ ଉପରେ ରହିଛି । ଆସନ୍ତା ୨-୩ ଦିନରେ ଏହା ଗୁଜୁରାଟ, ମଧ୍ୟପ୍ରଦେଶର କିଛି ଅଂଶ, ମଧ୍ୟ ମହାରାଷ୍ଟ୍ରର ସଂପୂର୍ଣ୍ଣ ଅଂଚଳ, ମରାଠାଓ୍ବାଡ଼ା, ତାମିଲନାଡୁ ଓ କର୍ଣ୍ଣାଟକ, ତେଲେଙ୍ଗାନାର ଆଉ କିଛି ଅଂଶ, ଆନ୍ଧ୍ରପ୍ରଦେଶର ଆଉ କିଛି ଅଂଶ, ଓଡ଼ିଶାର କିଛି ଅଂଶ, ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି ।