ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ,ଆବଶ୍ୟକ ପଦକ୍ଷେପ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର : ଲଘୁଚାପ ବର୍ଷା ଯୋଗୁଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷା ଓ ସମ୍ଭାବିତ ବନ୍ୟା ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ଗତ ଦୁଇ ଦିନ ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ ହାରାହାରି ୧୦୦ ମିଲିମିଟର ବର୍ଷା ହୋଇଛି ।

ବୈତରଣୀ, ବୁଢାବଳଙ୍ଗ, ସାଳନ୍ଦୀ ନଦୀରେ ଅଧିକ ପାଣି ଆସିଛି ବୋଲି ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଥିଲେ । ଲୋକଙ୍କୁ ବନ୍ୟା ସମୟରେ ଉଦ୍ଧାର କରିବା ପାଇଁ ୧୦ଟି ଓଡ୍ରାଫ୍ ଓ ଅଗ୍ନିଶନ ସେବା ୟୁନିଟ ନିୟୋଜିତ ଅଛନ୍ତି ।

ନଦୀବନ୍ଧଗୁଡିକରେ ପାଟ୍ରୋଲିଂ ବ୍ୟବସ୍ଥା କରାଯାଉଛି । ଜଳପ୍ଲାବିତ ଅଂଚଳଗୁଡିକରେ ଜଳ ନିଷ୍କାସନର ବ୍ୟବସ୍ଥା କରାଯାଉଛି । ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗୀୟ ସଚିବମାନଙ୍କ ସହିତ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.