ଆଜାଦୀ କା ଅମୃତ ମହୋତ୍ସବ ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ – ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜାଦୀ କା ଅମୃତ ମହୋତ୍ସବ ବୈଠକରେ ଯୋଗ ଦେଇଛନ୍ତି । ସ୍ୱାଧୀନତାର ୭୫ତମ ବାର୍ଷିକୀ ଅବସରରେ ସାରାଦେଶରେ ପାଳନ କରାଯାଉଛି ଆଜାଦୀ କା ଅମୃତ ମହୋତ୍ସବ ।

ଏହି ପ୍ରସଙ୍ଗରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମରେ ଓଡିଶାର ଭୂମିକା ଉଲ୍ଲେଖ କରିଥିଲେ । ଓଡିଆ ସ୍ୱାଧୀନତା ସଂଗ୍ରାମୀଙ୍କ ବୀରତ୍ୱ ଓ ଅବଦାନ ସମ୍ପର୍କରେ କହିଥିଲେ ମୁଖ୍ୟ ମନ୍ତ୍ରୀ। ଆଜାଦୀ କା ଅମୃତ ମହୋତ୍ସବ ପାଇଁ ଓଡିଶାର ଏକ ବ୍ଲୁ ପ୍ରିଣ୍ଟ ଦେଇଥିଲେ ମୁଖ୍ୟମନ୍ତ୍ରୀ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ ।

ବୈଠକ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଥିଲେ । ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବା ପାଇଁ ପ୍ରାଧାନମନ୍ତ୍ରୀଙ୍କ ସହ କଥା ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆସନ୍ତାକାଲି ନୀତି ଆୟୋଗର ସପ୍ତମ ଗଭର୍ଣ୍ଣିଂ କାଉନସିଲ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ।

Comments are closed.