ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ : ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର –ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ବିଜେଡି ଜେଡିୟୁର ଏନଡିଏ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କୁ ସମର୍ଥନ ଦେବ । ପାର୍ଟି ସୁପ୍ରିମୋ ତଥା ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତି ନେଇଥିବା ଦଳର ରାଜ୍ୟସଭା ସଦସ୍ୟ ସସ୍ମିତ ପାତ୍ର ଏହି ସୂଚନା ଦେଇଛନ୍ତି । ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ ଜେଡିୟୁର ହରିବଂଶ ନାରାୟଣ ସିଂହ ପ୍ରାର୍ଥୀ ହେଲା ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ । ବିଜେଡିର ସମର୍ଥନ ଲୋଡିଥିଲେ ନୀତୀଶ । ଆଜି ମୁଖ୍ୟମନ୍ତ୍ରୀ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବା ପାଇଁ ଘୋଷଣା କରିଛନ୍ତି ।

Comments are closed.