ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର- ବରିଷ୍ଠ ବିଜେଡି ନେତା, ପୂର୍ବତନ ମନ୍ତ୍ରୀ ଓ ପିିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇଛନ୍ତି । ସ୍ୱର୍ଗତଃ ମହାରଥୀ ବିଜେଡିର ଜଣେ ଷ୍ଟଲୱର୍ଟ ନେତା ଥିଲେ । ବିଜେଡି ଜଣେ ନିଷ୍ଠାବାନ ଓ ଭେଟେରାନ ନେତାଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ କହିଛନ୍ତି । ସେ ବିଜୁ ବାବୁଙ୍କ ଦୀର୍ଘ ଦିନର ସହଯୋଗୀ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମହାରଥୀଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.