ଆସନ୍ତାକାଲି ନିଜର ଜନ୍ମଦିନ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ, ଗରିବଙ୍କୁ ସାହାଯ୍ୟ ସହ ରକ୍ତଦାନ ଓ ପ୍ଲାଜମା ଦାନ କରିବାକୁ ଶୁଭେଚ୍ଛୁଙ୍କୁ ଆହ୍ୱାନ

ଭୁବନେଶ୍ୱର- ଆସନ୍ତାକାଲି ନିଜର ଜନ୍ମଦିନ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସଂକ୍ରମଣ ଦୃଷ୍ଟିରୁ ଏହି ନିଷ୍ପତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲପାଇବା ଓ ଶୁଭେଚ୍ଛା ପାଇଁ ସେ ଋଣୀ ବୋଲି ନବୀନ କହିଛନ୍ତି । କାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା ସହ ରକ୍ତଦାନ ଓ ପ୍ଲାଜମା ଦାନ କରିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ନବୀନ ପଟ୍ଟନାୟକ ।

Comments are closed.