ପ୍ରଧାନମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ, ନିଟ୍‌, ଜେଇଇ ସ୍ଥଗିତ ରଖିବାକୁ ଅନୁରୋଧ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଟ୍ ଓ ଜେଇଇ ପରୀକ୍ଷା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

କୋରୋନା ମହାମାରୀ ଓ ରାଜ୍ୟରେ ବନ୍ୟା ସ୍ଥିତି ପାଇଁ ନିଟ୍ ଓ ଜେଇଇ ସ୍ଥଗିତ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ଏ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ।

Comments are closed.