ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ | News Room Odisha

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି “ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।”

ସୂର୍ଯ୍ୟ ନାରାୟଣ ପାତ୍ର ଶନିବାର ବାଚସ୍ପତି ପଦବିରୁ ଇସ୍ତଫା ଦେଇଥିଲେ । ସୂଚନା ଅନୁଯାୟୀ ବିଜେଡ଼ିର ଏହି ବରିଷ୍ଠ ନେତା କିଡ୍‌ନି ରୋଗରେ ସଂକ୍ରମିତ ହୋଇ ଗତ ୧୪ ଦିନ ହେଲା ସମ୍ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ବାମ ଆଖିରେ ମଧ୍ୟ ବାକ୍ଟେରିଆ ସଂକ୍ରମଣ ହୋଇଛି। ଅସୁସ୍ଥତା ଯୋଗୁ ସେ ନିଜ ପଦବିରୁ ଇସ୍ତଫା ଦେଇଥିଲେ ବୋଲି କୁହାଯାଇଛି ।