ରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ | News Room Odisha

ରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନପତ୍ର ଦାଖଲ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସହ ବିଜେପି ଓ ଏହାର ସହଯୋଗୀ ଦଳଙ୍କ ବହୁ ତୁଙ୍ଗ ନେତା ସଂସଦ ଗୃହରେ ଉପସ୍ଥିତ ଥିଲେ।

ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ ସମୟରେ ପ୍ରସ୍ତାବକ ଭାବେ ଓଡ଼ିଶାର ଦୁଇ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ମଧ୍ୟ ଉପସ୍ଥିତ ଥିଲେ । ଏହାଛଡ଼ା ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, କେନ୍ଦ୍ର ମନ୍ତ୍ରୀ ତଥା ବିଜେପି ନେତା ଜେନେରାଲ ଭି.କେ ସିଂ (ଅବସରପ୍ରାପ୍ତ), ଭୁପେନ୍ଦ୍ର ଯାଦବ, ଗିରିରାଜ ସିଂହ ବି ଉପସ୍ଥିତ ଥିଲେ।

ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ଯଦି ନିର୍ବାଚିତ ହୁଅନ୍ତି ତେବେ ଦେଶର ପ୍ରଥମ ଆଦିବାସୀ ଓ ଦ୍ବିତୀୟ ମହିଳା ରାଷ୍ଟ୍ରପତି ହେବେ । ଦେଶର ଏହି ସର୍ବୋଚ୍ଚ ସାମ୍ବିଧାନିକ ପଦ ଅଳଙ୍କୃତ କରିବାରେ ଭିଭି ଗିରିଙ୍କ ପରେ ଦ୍ରୌପଦୀ ମୁର୍ମୁ ଓଡ଼ିଶାରୁ ଦ୍ବିତୀୟ ରାଷ୍ଟ୍ରପତି ହେବେ।