ସାଇବର ଅପରାଧ ନିୟନ୍ତ୍ରଣ ପାଇଁ କମିଶନରେଟ ପୋଲିସର ନୂଆ ମାଷ୍ଟର ପ୍ଲାନ୍
ଭୁବନେଶ୍ୱର – ସାଇବର ଅପରାଧର ମୁକାବିଲା ପାଇଁ କମିଶନରେଟ ପୋଲିସର ନୂଆ ମାଷ୍ଟର ପ୍ଲାନ। ଏଣିକି ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ପୋଲିସ ସହ ପବ୍ଲିକ ଭଲ୍ୟୁଣ୍ଟିଅର ବି କାମ କରିବେ । ଭୁବନେଶ୍ବର ଡିସିପି ପ୍ରତୀକ ସିଂ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବିଭିନ୍ନ ସଫ୍ଟୱେୟର କମ୍ପାନୀର ୨୫ ଜଣ ସାଇବର ଏକ୍ସପର୍ଟ କମିଶନରେଟ ପୋଲିସ ସହ ଯୋଡି ହୋଇଛନ୍ତି । ଭୁବନେଶ୍ୱର ଡିସିପି କହିଛନ୍ତି ଯେ, ଆଗାମୀ ନିର୍ବାଚନ ବେଳେ ସୋସିଆଲ [...]
ଭୁବନେଶ୍ୱର – ସାଇବର ଅପରାଧର ମୁକାବିଲା ପାଇଁ କମିଶନରେଟ ପୋଲିସର ନୂଆ ମାଷ୍ଟର ପ୍ଲାନ। ଏଣିକି ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ପୋଲିସ ସହ ପବ୍ଲିକ ଭଲ୍ୟୁଣ୍ଟିଅର ବି କାମ କରିବେ । ଭୁବନେଶ୍ବର ଡିସିପି ପ୍ରତୀକ ସିଂ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବିଭିନ୍ନ ସଫ୍ଟୱେୟର କମ୍ପାନୀର ୨୫ ଜଣ ସାଇବର ଏକ୍ସପର୍ଟ କମିଶନରେଟ ପୋଲିସ ସହ ଯୋଡି ହୋଇଛନ୍ତି ।
ଭୁବନେଶ୍ୱର ଡିସିପି କହିଛନ୍ତି ଯେ, ଆଗାମୀ ନିର୍ବାଚନ ବେଳେ ସୋସିଆଲ ମିଡ଼ିଆରେ ଭ୍ରମ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ଉପରେ ନଜର ରଖାଯିବ । ଡାର୍କ ୱେବ ଓ ଡିପ୍ ଫେକ୍ ଭିଡିଓ ବିରୋଧରେ ଭିନ୍ନ ଭିନ୍ନ ଟିମ୍ କାମ କରିବେ ।
ସାଇବର ଅପରାଧ ବିରୋଧରେ ତଦନ୍ତ ପାଇଁ ଗୋଟିଏ ଟିମ୍ ପୋଲିସକୁ ମଧ୍ୟ ଟ୍ରେନିଂ ଦେବ । ଷ୍ଟ୍ରିଟ କ୍ରାଇମ ସହ ଅନ୍ତଃରାଜ୍ୟ ଲୁଟେରାଙ୍କୁ ଧରିବାକୁ ପୋଲିସ ନୂଆ ପ୍ଲାନ ପ୍ରସ୍ତୁତ କରିଛି ବୋଲି ସେ ସୂଚନା ଦେଇଛନ୍ତି।
କଥା ଦେଇଥିଲେ, ପାଳନ କଲେ : ଭୁବନେଶ୍ୱର ମେଟ୍ରୋ ରେଳ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ
Next Articleବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ଏକୋଇଶିଆ ପାଳନ କରି ନାମକରଣ କଲେ ମେଡିକାଲ ଟିମ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
