ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୂତନ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବୈଠକ: ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗୃହୀତ
ଭୁବନେଶ୍ବର: ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଛନ୍ତି। କ୍ୟାବିନେଟ୍ ପରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟଗଣଙ୍କ ଉପସ୍ଥିତିରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମାଝୀ କହିଲେ ଯେ ଓଡିଶାର ସାଢେ ଚାରି କୋଟି ଜନସାଧାରଣଙ୍କ ବିଭିନ୍ନ ପ୍ରସଙ୍ଗକୁ ଗୁରୁତ୍ବ ଦିଆଯାଇ ନିଷ୍ପତ୍ତି [...]
ଭୁବନେଶ୍ବର: ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଛନ୍ତି।
କ୍ୟାବିନେଟ୍ ପରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟଗଣଙ୍କ ଉପସ୍ଥିତିରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମାଝୀ କହିଲେ ଯେ ଓଡିଶାର ସାଢେ ଚାରି କୋଟି ଜନସାଧାରଣଙ୍କ ବିଭିନ୍ନ ପ୍ରସଙ୍ଗକୁ ଗୁରୁତ୍ବ ଦିଆଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ଏହି ନିଷ୍ପତ୍ତି ଅନୁଯାୟୀ ଆସନ୍ତାକାଲି ସକାଳେ ମହାପ୍ରଭୁଙ୍କ ମଙ୍ଗଳ ଆରତୀ ସମୟରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲାଯିବ। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟ ମାନଙ୍କ ଉପସ୍ଥିତିରେ ଚାରି ଦ୍ବାର ଖୋଲାଯିବ।
ଦ୍ବିତୀୟ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରର ଉନ୍ନତିକରଣ, ସଂରକ୍ଷଣ, ବିକାଶ ତଥା ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ୫୦୦ କୋଟି ଟଙ୍କାର ଏକ କର୍ପସ ଫଣ୍ଡର ବ୍ୟବସ୍ଥା କରିବେ।
ତୃତୀୟ ନିଷ୍ପତ୍ତି ହେଉଛି ରାଜ୍ୟର କୃଷକ ଭାଇଭଉଣୀ ମାନଙ୍କ ସଶକ୍ତିକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀ ମାନଙ୍କୁ ଦିଆଯାଇଥିବା ପ୍ରତିଶୃତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏଥିପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଆଗାମୀ ୧୦୦ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ।
ଚତୁର୍ଥ ନିଷ୍ପତ୍ତି ଅନୁଯାୟୀ ମହିଳା ମାନଙ୍କୁ ଅଧିକ ସଶକ୍ତ କରିବା ପାଇଁ ଏବଂ ସେମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ। ଆଗାମୀ ୧୦୦ ଦିନ ମଧ୍ୟରେ ଏହାର ରୂପରେଖ ପ୍ରସ୍ତୁତ କରି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Mohan Charan Majhi Cabinet: Full List of Ministers Who Took Oath
Next ArticleCM Mohan Majhi Chairs First Cabinet Meeting; Four Proposals Approved
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
