ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

୨୦୩୬ ପର୍ଯ୍ୟନ୍ତ ଓଡ଼ିଶା ସରକାର ଭାରତୀୟ ହକି ଦଳର ପ୍ରାୟୋଜକ ରହିବେ

ଭୁବନେଶ୍ଵର – ଓଡ଼ିଶା ସରକାର ୨୦୩୬ ମସିହା ପର୍ଯ୍ୟନ୍ତ ଭାରତୀୟ ହକି ଦଳର ପ୍ରାୟୋଜକ ରହିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହା ଘୋଷଣା କରିଛନ୍ତି। ଆଜି ହକି ଇଣ୍ଡିଆର ସଭାପତି ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂହ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କରିଥିଲେ । ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି। ପୂର୍ବର ନବୀନ ସରକାର ୨୦୩୩ ମସିହା ପର୍ଯ୍ୟନ୍ତ ଭାରତୀୟ ହକି ଦଳର ପ୍ରାୟୋଜକ ରହିବା [...]

Admin•ଜୁନ 21, 2024
Share Article:

ଭୁବନେଶ୍ଵର – ଓଡ଼ିଶା ସରକାର ୨୦୩୬ ମସିହା ପର୍ଯ୍ୟନ୍ତ ଭାରତୀୟ ହକି ଦଳର ପ୍ରାୟୋଜକ ରହିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହା ଘୋଷଣା କରିଛନ୍ତି।

ଆଜି ହକି ଇଣ୍ଡିଆର ସଭାପତି ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂହ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କରିଥିଲେ । ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି। ପୂର୍ବର ନବୀନ ସରକାର ୨୦୩୩ ମସିହା ପର୍ଯ୍ୟନ୍ତ ଭାରତୀୟ ହକି ଦଳର ପ୍ରାୟୋଜକ ରହିବା ପାଇଁ ଯୋଜନା କରିଥିଲେ। ୨୦୩୬ରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ହେବାକୁ ଥିବାରୁ ମୁଖ୍ୟମନ୍ତ୍ରୀ ଜାତୀୟ ହକି ଦଳର ପ୍ରାୟୋଜକ ଅବଧିକୁ ଆଉ ୩ ବର୍ଷ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।

ହକିର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ବୈଠକରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ କ୍ରୀଡା ସଚିବ ଆର୍. ଭିନିଲ କ୍ରିଷ୍ଣା ପ୍ରମୁଖ ଉପସ୍ଥିତ ଥିଲେ।

#Odia#Odisha#News
Share Article:

Related Articles