ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ
ଭୁବନେଶ୍ୱର -:ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ । ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ । ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ । ତାଙ୍କ [...]
ଭୁବନେଶ୍ୱର -:ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ । ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ । ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ । ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା । ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।
ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
Elections 2024: Inter-State Co-ordination Meeting between Odisha Police and Andhra Pradesh Police Held
Next Articleଉତ୍କଳ ଦିବସ ଅବସରରେ ଗୋପବନ୍ଧୁଙ୍କ ଜନ୍ମପୀଠରେ କାର୍ତ୍ତିକ ପାଣ୍ଡିଆନ : ସୁଆଣ୍ଡୋରେ ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
