କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା : କଟକ ବାରବାଟୀରୁ ଲଢ଼ିବେ ମହମ୍ମଦ ମୋକିମଙ୍କ ଝିଅ
ଭୁବନେଶ୍ୱର – ରାଜ୍ୟର ୨ଟି ଲୋକସଭା ଓ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ୨ ବିଧାନସଭା ଆସନ ଓ ଗୋଟିଏ ଲୋକସଭା ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଓ ଖଣ୍ଡପଡ଼ା ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ବାରିପଦାରେ ବାଦଲ ହେମ୍ବ୍ରମଙ୍କ ସ୍ଥାନରେ ପ୍ରମୋଦ ହେମ୍ବ୍ରମଙ୍କୁ ଟିକେଟ ମିଳିଛି । ଖଣ୍ଡପଡ଼ାରେ ମନୋଜ ପ୍ରଧାନଙ୍କ ସ୍ଥାନରେ ବୈଜୟନ୍ତୀମାଳା ମହାନ୍ତି ନିର୍ବାଚନ ଲଢ଼ିବେ। ସମ୍ବଲପୁର ଲୋକସଭା ଆସନରେ ବିଜେଡିରୁ ଆସିଥିବା ନଗେନ୍ଦ୍ର [...]
ଭୁବନେଶ୍ୱର – ରାଜ୍ୟର ୨ଟି ଲୋକସଭା ଓ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ୨ ବିଧାନସଭା ଆସନ ଓ ଗୋଟିଏ ଲୋକସଭା ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଓ ଖଣ୍ଡପଡ଼ା ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ବାରିପଦାରେ ବାଦଲ ହେମ୍ବ୍ରମଙ୍କ ସ୍ଥାନରେ ପ୍ରମୋଦ ହେମ୍ବ୍ରମଙ୍କୁ ଟିକେଟ ମିଳିଛି । ଖଣ୍ଡପଡ଼ାରେ ମନୋଜ ପ୍ରଧାନଙ୍କ ସ୍ଥାନରେ ବୈଜୟନ୍ତୀମାଳା ମହାନ୍ତି ନିର୍ବାଚନ ଲଢ଼ିବେ। ସମ୍ବଲପୁର ଲୋକସଭା ଆସନରେ ବିଜେଡିରୁ ଆସିଥିବା ନଗେନ୍ଦ୍ର ପ୍ରଧାନଙ୍କୁ ଦଳ ଟିକେଟ ଦେଇଛି। ପୂର୍ବରୁ ଏଠାରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ ଟିକେଟ ଦେଇଥିଲା ଦଳ ।
ନୂଆ ପ୍ରାର୍ଥୀଙ୍କ ମଧ୍ୟରେ କଟକ ବାରବାଟୀରୁ ବିଦାୟୀ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ଆଇନଗତ କାରଣରୁ ମୋକିମ ନିର୍ବାଚନ ଲଢ଼ିବାରୁ ବଞ୍ଚିତ ହୋଇଛନ୍ତି । ତେଣୁ ଝିଅ ସୋଫିଆଙ୍କୁ ପ୍ରାର୍ଥୀ କରିବା ପାଇଁ ଏଆଇସିସିକୁ ସୁପାରିସ କରାଯାଇଥିଲା। ଜଳେଶ୍ୱରରୁ ଦେବୀ ପ୍ରସନ୍ନ ଚାନ୍ଦ, ବାଲେଶ୍ୱରରୁ ମୋନାଲିସା ଲେଙ୍କା, ବଡ଼ଚଣାରୁ ଅଜୟ ସାମଲ, ପାଲଲହଡ଼ାରୁ ଫକୀର ସାମଲ, ଜଗତସିଂହପୁର ଆସନରୁ ପ୍ରତିମା ମଲ୍ଲିକ କଂଗ୍ରେସର ବିଧାନସଭା ପ୍ରାର୍ଥୀ ହେବେ ।
କଟକ ଲୋକସଭା ଆସନରୁ ଦଳ ସୁରେଶ ମହାପାତ୍ରଙ୍କୁ ପ୍ରାର୍ଥୀ କରିଛି। ସେହିପରି ନିକଟରେ ବିଜେଡି ଛାଡ଼ି କଂଗ୍ରେସରେ ମିଶିଥିବା ନଗେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ଟିକେଟ ପାଇଛନ୍ତି।
Elections 2024: Congress Declares Candidates for 2 Lok Sabha and 8 Assembly Seats in Odisha
Next Articleଗୀତା ଉପଦେଶ: ଜୀବନର ସ୍ତର ଅନୁଯାୟୀ ଯେଉଁସବୁ କର୍ମ ଆମ ପାଇଁ ନିର୍ଦ୍ଧାରିତ କରାଯାଇ ଥାଏ, ତାହା ସ୍ୱ-ଧର୍ମ ଅଟେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
