ହିମାଚଳ ସଙ୍କଟ: ଅସନ୍ତୁଷ୍ଟ ବିଧାୟକଙ୍କୁ ମନାଇବାକୁ କଂଗ୍ରେସର ତତ୍ପରତା, ରାଜ୍ୟପାଳଙ୍କୁ ଭେଟିଲା ବିଜେପି ବିଧାୟକ ଦଳ
ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ରାଜ୍ୟସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ପ୍ରାର୍ଥୀ ସପକ୍ଷରେ ୬ ଜଣ କଂଗ୍ରେସ ବିଧାୟକ ଭୋଟ୍ ଦେବା ପରେ ଦଳର ସର୍ବୋଚ୍ଚ ନେତୃତ୍ୱ ଅସନ୍ତୁଷ୍ଟ ବିଧାୟକଙ୍କୁ ମନାଇବା ପାଇଁ ସକ୍ରିୟ ହୋଇଯାଇଛି । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ୬ ଜଣ ଅସନ୍ତୁଷ୍ଟ ବିଧାୟକଙ୍କ ସହ ଆଲୋଚନା କରିବା ପାଇଁ ବରିଷ୍ଠ ନେତା ଭୁପେନ୍ଦ୍ର ସିଂହ ହୁଡ଼ା ଏବଂ ଡି.କେ ଶିବକୁମାରଙ୍କୁ ନିଯୁକ୍ତ କରିଛନ୍ତି। ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ [...]
ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ରାଜ୍ୟସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ପ୍ରାର୍ଥୀ ସପକ୍ଷରେ ୬ ଜଣ କଂଗ୍ରେସ ବିଧାୟକ ଭୋଟ୍ ଦେବା ପରେ ଦଳର ସର୍ବୋଚ୍ଚ ନେତୃତ୍ୱ ଅସନ୍ତୁଷ୍ଟ ବିଧାୟକଙ୍କୁ ମନାଇବା ପାଇଁ ସକ୍ରିୟ ହୋଇଯାଇଛି ।
କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ୬ ଜଣ ଅସନ୍ତୁଷ୍ଟ ବିଧାୟକଙ୍କ ସହ ଆଲୋଚନା କରିବା ପାଇଁ ବରିଷ୍ଠ ନେତା ଭୁପେନ୍ଦ୍ର ସିଂହ ହୁଡ଼ା ଏବଂ ଡି.କେ ଶିବକୁମାରଙ୍କୁ ନିଯୁକ୍ତ କରିଛନ୍ତି। ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କ କାର୍ଯ୍ୟଶୈଳୀରେ ନିରାଶ ହୋଇ ଏହି ୬ ଜଣ ବିଧାୟକ ତାଙ୍କୁ ହଟାଇବାକୁ ଦାବି କରୁଛନ୍ତି।
ସୂତ୍ରରୁ ପ୍ରକାଶ, ରାଜ୍ୟରେ କଂଗ୍ରେସ ସରକାର ପ୍ରତି ବିପଦ ସୃଷ୍ଟି ହୋଇଥିବା ବେଳେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ହୁଡା ଏବଂ କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଶିବକୁମାର ବୁଧବାର ସକାଳେ ସିମଲାରେ ପହଞ୍ଚିବେ।
ଏହି ୬ ଜଣ ଅସନ୍ତୁଷ୍ଟ ବିଧାୟକ ମଙ୍ଗଳବାର ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ଦେବା ପରେ ସିମଲା ଠାରୁ ହରିୟାଣା ଅଭିମୁଖେ ଯାତ୍ରା କରିଛନ୍ତି। ସେମାନେ ବିଜେପି ସହ ଯୋଗାଯୋଗରେ ଥିବା ଜଣାପଡିଛି। ଏହି ଘଟଣାକ୍ରମ ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ପ୍ରତି ଘୋର ସଙ୍କଟକୁ ଦର୍ଶାଉଛି ।
ଅନ୍ୟପକ୍ଷରେ ରାଜ୍ୟସଭା ନିର୍ବାଚନରେ ବିଜୟ ପରେ ବିରୋଧୀ ଦଳ ନେତା ଜୟରାମ ଠାକୁରଙ୍କ ନେତୃତ୍ୱରେ ବିଜେପି ବିଧାୟକ ଦଳ ବୁଧବାର ରାଜ୍ୟପାଳ ଶିବ ପ୍ରତାପ ଶୁକ୍ଲାଙ୍କୁ ଭେଟିଛନ୍ତି । କଂଗ୍ରେସ ସରକାର ବହୁମତ ହରାଇଛନ୍ତି ବୋଲି ଦାବି କରିବା ସହ ଅନାସ୍ଥା ପ୍ରସ୍ତାବ ଆଣିବୁ ବୋଲି କହିଛି ବିଜେପି ।
Bill Gates Visits Maa Mangala Basti In Bhubaneswar, Interacts With Locals
Next Articleରାଜୀବ ଗାନ୍ଧୀ ହତ୍ୟା ମାମଲାର ଦୋଷୀ ସନ୍ଥନର ମୃତ୍ୟୁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
