ବିଜେପିର ହାଇଦ୍ରାବାଦ ପ୍ରାର୍ଥୀ ମାଧବୀ ଲତାଙ୍କୁ ଓ୍ବାଇ + ସୁରକ୍ଷା ଦେଲା କେନ୍ଦ୍ର
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପାଇଁ ହାଇଦ୍ରାବାଦ ଆସନରେ ଅଲ ଇଣ୍ଡିଆ ମଜଲିସ୍-ଏ-ଇତେହାଦୁଲ ମୁସଲିମୀନ୍ (ଏଆଇଏମ୍ଆଇଏମ୍) ମୁଖ୍ୟ ଅସଦୁଦ୍ଦିନ ଓଓ୍ବେସିଙ୍କ ବିରୋଧରେ ବିଜେପି ପ୍ରାର୍ଥୀ ହୋଇଥିବା ଡକ୍ଟର ମାଧବୀ ଲତାଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଓ୍ବାଇ + କାଟେଗୋରୀ ସୁରକ୍ଷା ଦେଇଛି । ତାଙ୍କ ଜୀବନ ପ୍ରତି ବିପଦ ଥିବା ନେଇ ଗୁଇନ୍ଦା ବିଭାଗ ରିପୋର୍ଟ ଆଧାରରେ ଗୃହ ମନ୍ତ୍ରଣାଳୟ ମାଧବୀଙ୍କୁ ସୁରକ୍ଷା ଦେବାକୁ ନିଷ୍ପତ୍ତି ନେଇଛି । ମାଧବୀଙ୍କ ସୁରକ୍ଷାରେ ଏବେ ୧୧ ପୋଲିସ୍ କମାଣ୍ଡୋ [...]
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପାଇଁ ହାଇଦ୍ରାବାଦ ଆସନରେ ଅଲ ଇଣ୍ଡିଆ ମଜଲିସ୍-ଏ-ଇତେହାଦୁଲ ମୁସଲିମୀନ୍ (ଏଆଇଏମ୍ଆଇଏମ୍) ମୁଖ୍ୟ ଅସଦୁଦ୍ଦିନ ଓଓ୍ବେସିଙ୍କ ବିରୋଧରେ ବିଜେପି ପ୍ରାର୍ଥୀ ହୋଇଥିବା ଡକ୍ଟର ମାଧବୀ ଲତାଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଓ୍ବାଇ + କାଟେଗୋରୀ ସୁରକ୍ଷା ଦେଇଛି । ତାଙ୍କ ଜୀବନ ପ୍ରତି ବିପଦ ଥିବା ନେଇ ଗୁଇନ୍ଦା ବିଭାଗ ରିପୋର୍ଟ ଆଧାରରେ ଗୃହ ମନ୍ତ୍ରଣାଳୟ ମାଧବୀଙ୍କୁ ସୁରକ୍ଷା ଦେବାକୁ ନିଷ୍ପତ୍ତି ନେଇଛି । ମାଧବୀଙ୍କ ସୁରକ୍ଷାରେ ଏବେ ୧୧ ପୋଲିସ୍ କମାଣ୍ଡୋ ମୁତୟନ ହେବେ।
ନିକଟରେ ବିଜେପି ତାଙ୍କୁ ଓଓ୍ବେସିଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରିବା ପରେ ମାଧବୀ ଲତା ଚର୍ଚ୍ଚାର ପରିସରକୁ ଆସିଥିଲେ । ପେସାରେ ଡ଼ାକ୍ତର ମାଧବୀ ଲତା ଜଣେ ହିନ୍ଦୁତ୍ବବାଦୀ ଚେହେରା ଭାବେ ପରିଚିତ ।
ହାଇଦ୍ରାବାଦ ‘ଏଆଇଏମ୍ଆଇଏମ୍’ର ଗଡ଼ ରହି ଆସିଛି। ଏହି ଲୋକସଭା ଆସନ ୧୯୮୪ ମସିହାରୁ ଓଓ୍ବେସିଙ୍କ ପରିବାର ନିୟନ୍ତ୍ରଣରେ ରହିଆସିଛି | ଅସଦୁଦ୍ଦିନ ଓଓ୍ବେସିଙ୍କ ବାପା ସୁଲତାନ ସଲାହୁଦ୍ଦିନ ୧୯୮୪ରେ ପ୍ରଥମ ଥର ଏହି ଆସନରୁ ଲୋକସଭା ନିର୍ବାଚନ ଜିତିଥିଲେ। ସେ ହାଇଦ୍ରାବାଦରୁ ୨୦ ବର୍ଷ ଧରି ସାଂସଦ ରହିଥିଲେ। ଏହା ପରେ ଅସଦୁଦ୍ଦିନ ଓଓ୍ବେସି ଏହି ଆସନର ଲଗାତାର ଜିତି ଆସୁଛନ୍ତି । ଏଥର ଓଓ୍ବେସିଙ୍କ ବିରୋଧରେ ବିଜେପି ମାଧବୀ ଲତାଙ୍କୁ ମଇଦାନକୁ ଓହ୍ଲାଇଛି ।
Six Maoists Arrested on Odisha-Chhattisgarh Border
Next ArticleElections 2024: Central Expenditure Observer Chairs Meeting with Enforcement Agencies in Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
