ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଗତ ମଙ୍ଗଳବାର ଖାରବେଳ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ବିଷୟରେ ଆଲୋଚନା ପୂର୍ବକ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସବୁକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ। ବୈଠକରେ ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ ଅନ୍ତର୍ଭୁକ୍ତ ବିଶେଷ କରି ସାଧାରଣ ଲୋକମାନଙ୍କ ଜୀବନଯାପନରେ ଅତ୍ୟାବଶ୍ୟକ ରହୁଥିବା ବିଭିନ୍ନ ବିଭାଗ ଦ୍ୱାରା [...]
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଗତ ମଙ୍ଗଳବାର ଖାରବେଳ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ବିଷୟରେ ଆଲୋଚନା ପୂର୍ବକ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସବୁକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ।
ବୈଠକରେ ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ ଅନ୍ତର୍ଭୁକ୍ତ ବିଶେଷ କରି ସାଧାରଣ ଲୋକମାନଙ୍କ ଜୀବନଯାପନରେ ଅତ୍ୟାବଶ୍ୟକ ରହୁଥିବା ବିଭିନ୍ନ ବିଭାଗ ଦ୍ୱାରା ସେବା ପ୍ରଦାନ ବ୍ୟବସ୍ଥାକୁ କିପରି କାର୍ଯ୍ୟକାରୀ କରାଯାଉଛି, ସେ ସଂପର୍କରେ ସୁନିଶ୍ଚିତ କରିବାକୁ ବିଭାଗୀୟ ସଚିବମାନଙ୍କୁ ସାପ୍ତାହିକ ସମୀକ୍ଷା ପାଇଁ ପରାମର୍ଶ ଦିଆଯାଇଥିଲା ।ସେହିପରି ଆଇ-ଜିଓଟି (ଇଣ୍ଟିଗ୍ରେଟେଡ୍ ଗଭର୍ଣ୍ଣାନ୍ସ୍ ଅନ୍ଲାଇନ ଟ୍ରେନିଂ) ପ୍ଲାଟଫର୍ମରେ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଶତ ପ୍ରତିଶତ ଅନ୍ତର୍ଭୁକ୍ତ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏହା କର୍ମଚାରୀମାନଙ୍କୁ ଅନ୍ଲାଇନ୍ ପ୍ରଶିକ୍ଷଣ ସୁବିଧା ପ୍ରଦାନ ସଙ୍ଗେ ସଙ୍ଗେ ସେମାନଙ୍କର ଦକ୍ଷତା ବୃଦ୍ଧି, ବ୍ୟବହାରିକ ଆବଶ୍ୟକ ପରିବର୍ତ୍ତନ ଓ ଜ୍ଞାନ କୌଶଳର ଉପଯୋଗ ନିମନ୍ତେ ଅଧିକ ସହାୟକ ହେବ। ୧୫ ଡିସେମ୍ବର ସୁଦ୍ଧା ୨ ଲକ୍ଷରୁ ଊର୍ଦ୍ଧ୍ୱ କର୍ମଚାରୀମାନଙ୍କର ତଥ୍ୟ ଆଇ-ଜିଓଟି ପ୍ଲାଟଫର୍ମରେ ପଂଜୀକରଣ କରାଯାଇଛି ଏବଂ ଏହି ସଂଖ୍ୟାରେ କ୍ରମାଗତ ବୃଦ୍ଧି ପାଉଥିବା ଜଣାଯାଇଛି।
ଏଥି ସହିତ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ସହାୟତାରେ କାର୍ଯ୍ୟକାରୀ ହେଉଥିବା ‘ଜଳଜୀବନ ମିଶନ’ର କାର୍ଯ୍ୟ ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା। ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ଓ ଆସନ୍ତା ବର୍ଷ ମଧ୍ୟରେ ଖାଲି ହେବାକୁ ଥିବା ପଦବୀର ତଥ୍ୟ ପୁନଃ ଅନୁଧ୍ୟାନ କରି ପଦବୀ ପୂରଣ ପାଇଁ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ସମସ୍ତ ବିଭାଗ ତଥା ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ପରିଚାଳିତ ସିଏମ୍ଜିଆଇ(ସେଣ୍ଟର ଫର ମଡର୍ଣ୍ଣାଇଜିଂ ଗଭର୍ଣ୍ଣମେଣ୍ଟ ଇନିସିଏଟିଭ) ତରଫରୁ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଜାନୁଆରୀରେ ଅନୁଷ୍ଠିତ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ ପରିପ୍ରେକ୍ଷୀରେ ପ୍ରସ୍ତୁତି କାର୍ଯ୍ୟ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ କରାଯିବା ସଂପର୍କରେ ଆଲୋଚନା କରାଯାଇଥିଲା।
ଖୁବ୍ଶୀଘ୍ର ‘ବିକଶିତ ଓଡ଼ିଶା-୨୦୩୬’ ତଥା ‘ବିକଶିତ ଭାରତ-୨୦୪୭’ ପାଇଁ ‘ଭିଜନ ଡକ୍ୟୁମେଣ୍ଟ’ ପ୍ରକାଶ ପାଇବାକୁ ଥିବାରୁ ଏଥିରେ ସ୍ଥାନିତ ହେବାକୁ ଥିବା ବିଭିନ୍ନ ବିଷୟର ଡ୍ରାଫ୍ଟ୍ ଯଥାଶୀଘ୍ର ଶେଷ କରାଯିବାକୁ ପରାମର୍ଶ ଦିଆଯାଇଥିଲା। ସେହିପରି ଆଗାମୀ ୨୦୨୫-୨୬ ବଜେଟ ପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ପରାମର୍ଶ ଦିଆଯାଇଥିଲା।
ଅନୁଷ୍ଠିତ ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ମହା ନିର୍ଦ୍ଦେଶକ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି.ମାଥି ଭାଥନନଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ।
Senior IAS Officer Bishnupada Sethi Had Fled to Delhi to Avoid CBI Interrogation!
Next ArticleNaveen Condoles Demise of Former Haryana CM Om Prakash Chautala
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
