କେଜ୍ରିୱାଲ ଆବେଦନକୁ ଇଡିର ବିରୋଧ, ଗିରଫଦାରିକୁ ଯଥାର୍ଥ କହିଲା
ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବିରୋଧ କରିଛି। ଇଡି ବୁଧବାର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରି କେଜ୍ରିୱାଲଙ୍କ ଗିରଫଦାରିକୁ ଠିକ୍ ବୋଲି କହିଛି। ଇଡି ସୁପ୍ରିମକୋର୍ଟଙ୍କୁ କହିଛି ଯେ, ୯ ଥର ସମନ ପଠାଯିବା ସତ୍ତ୍ୱେ କେଜ୍ରିୱାଲ ଜେରା ପାଇଁ ହାଜର ହୋଇନଥିଲେ । ତାଙ୍କର ଏପରି ଆଭିମୁଖ୍ୟ ହିଁ କେନ୍ଦ୍ରୀୟ ସଂସ୍ଥା ତାଙ୍କୁ ଗିରଫ [...]
ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବିରୋଧ କରିଛି। ଇଡି ବୁଧବାର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରି କେଜ୍ରିୱାଲଙ୍କ ଗିରଫଦାରିକୁ ଠିକ୍ ବୋଲି କହିଛି।
ଇଡି ସୁପ୍ରିମକୋର୍ଟଙ୍କୁ କହିଛି ଯେ, ୯ ଥର ସମନ ପଠାଯିବା ସତ୍ତ୍ୱେ କେଜ୍ରିୱାଲ ଜେରା ପାଇଁ ହାଜର ହୋଇନଥିଲେ । ତାଙ୍କର ଏପରି ଆଭିମୁଖ୍ୟ ହିଁ କେନ୍ଦ୍ରୀୟ ସଂସ୍ଥା ତାଙ୍କୁ ଗିରଫ କରିବାର କାରଣ ଥିଲା। ଏହାଛଡ଼ା ତଦନ୍ତକାରୀ ଅଧିକାରୀ ସଂଗ୍ରହ କରିଥିବା ପ୍ରମାଣରୁ କେଜ୍ରିୱାଲ ଅବକାରୀ ଦୁର୍ନୀତି ମାମଲାରେ ଦୋଷୀ ବୋଲି ସ୍ପଷ୍ଟ ହୋଇଛି ।
ଇଡି କହିଛି ଯେ କେଜ୍ରିୱାଲଙ୍କୁ ଆକ୍ରୋଶମୂଳକ ଭାବେ କିମ୍ବା ଅନ୍ୟ କୌଣସି କାରଣରୁ ଗିରଫ କରାଯାଇ ନାହିଁ। ଏକ ଅପରାଧର ତଦନ୍ତ କରିବା ଯେକୌଣସି ତଦନ୍ତକାରୀ ସଂସ୍ଥାର ଦାୟିତ୍ଵ । କେଜ୍ରିୱାଲଙ୍କ ଗିରଫଦାରୀ ମଧ୍ୟ ଅବକାରୀ ଦୁର୍ନୀତି ମାମଲାର ତଦନ୍ତର ଏକ ଅଂଶବିଶେଷ।
ଏପ୍ରିଲ ୧୫ରେ କେଜ୍ରିୱାଲଙ୍କ ଆବେଦନ ଶୁଣାଣି ବେଳେ ସୁପ୍ରିମକୋର୍ଟ ଏପ୍ରିଲ ୨୪ ସୁଦ୍ଧା ଜବାବ ଦାଖଲ କରିବାକୁ ଇଡିକୁ ନିର୍ଦ୍ଦେଶ ଦେଇଥିଲେ। ଇଡି ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା। ସେ ବର୍ତ୍ତମାନ ଦିଲ୍ଲୀର ତିହାର ଜେଲରେ ଅଛନ୍ତି।
କୋରାପୁଟ ଜିଲ୍ଲାରେ ବିଜେଡି ନେତା ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର, କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ
Next Articleଭୋଟରଙ୍କୁ ସଚେତନ କରିବାକୁ ଅଭିନବ ପ୍ରୟାସ, ରାମ୍ପରେ ଚାଲିଲେ ଉପଜିଲ୍ଲାପାଳ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
