କଂଗ୍ରେସ ଛାଡ଼ିଲେ ଆଉ ଜଣେ ଗାନ୍ଧୀ ପରିବାର ଅନୁଗତ, ବିଜେପିରେ ଯୋଗଦେଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁରେଶ ପଚୌରୀ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ସମସ୍ୟା କମିବା ବଦଳରେ ବଢ଼ିବାରେ ଲାଗିଛି। ଜଣକ ପରେ ଜଣେ ବଡ଼ ନେତା ଦଳ ଛାଡୁଛନ୍ତି। ଏବେ ଆଉ ଜଣେ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁରେଶ ପଚୌରୀ ବି କଂଗ୍ରେସର ହାତ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ଏକଦା ଗାନ୍ଧୀ ପରିବାରର ଘନିଷ୍ଠ କୁହାଯାଉଥିବା ପଚୌରୀ ଆଜି ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତିି। ଏହି ଅବସରରେ ମଧ୍ୟପ୍ରଦେଶ [...]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ସମସ୍ୟା କମିବା ବଦଳରେ ବଢ଼ିବାରେ ଲାଗିଛି। ଜଣକ ପରେ ଜଣେ ବଡ଼ ନେତା ଦଳ ଛାଡୁଛନ୍ତି। ଏବେ ଆଉ ଜଣେ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁରେଶ ପଚୌରୀ ବି କଂଗ୍ରେସର ହାତ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ଏକଦା ଗାନ୍ଧୀ ପରିବାରର ଘନିଷ୍ଠ କୁହାଯାଉଥିବା ପଚୌରୀ ଆଜି ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତିି। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଉପସ୍ଥିତ ଥିଲେ ।
ସୁରେଶ ପଚୌରୀଙ୍କ ସହ ପୂର୍ବତନ ସାଂସଦ ଗଜେନ୍ଦ୍ର ସିଂ ରାଜୁଖେଡି ଓ ଅନ୍ୟ କେତେକ ନେତା ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ସୁରେଶ ପଚୌରୀ ୟୁପିଏ ସରକାରରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ। ଏହାଛଡ଼ା ସେ ଚାରିଥର ରାଜ୍ୟସଭା ସାଂସଦ ମଧ୍ୟ ରହିଛନ୍ତି।
ଆଦିବାସୀ ନେତା ଗଜେନ୍ଦ୍ର ସିଂ ରାଜୁଖେଡି କଂଗ୍ରେସ ଟିକେଟରେ ଧାର୍ ଆସନରୁ ତିନିଥର ସାଂସଦ ହୋଇଥିଲେ। ୧୯୯୦ରେ ସେ ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ମଧ୍ୟ ପରେ କଂଗ୍ରେସରେ ଯୋଗ ଦେଇଥିଲେ।
Nijukti Parba: CM Naveen Patnaik to Handover Appointment Letters to 1294 Newly Recruited Officials
Next ArticleKandhamal: Maoists Allegedly Kill Couple Suspecting Police Informers
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
