ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିପାରିଲାନି ଭାରତୀୟ ମହିଳା ହକି ଟିମ୍
ରାଞ୍ଚି: ଭାରତୀୟ ମହିଳା ହକି ଦଳ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିବାରେ ବିଫଳ ହୋଇଛି। ଏଫଆଇଏଚ ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟରେ ତୃତୀୟ ଓ ଚତୁର୍ଥ ସ୍ଥାନ ମ୍ୟାଚରେ ଭାରତ ଶୁକ୍ରବାର ଜାପାନ ଠାରୁ ୧-୦ରେ ପରାସ୍ତ ହୋଇ ପ୍ୟାରିସ୍ ଅଲିମ୍ପିକ୍ସ ଟିକେଟରୁ ବଞ୍ଚିତ ହୋଇଛି । ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ଚତୁର୍ଥ ସ୍ଥାନ ପରେ ଭାରତୀୟ ମହିଳା ହକି ଦଳ ପ୍ୟାରିସ୍ ଅଲିମ୍ପିକ୍ସରେ ପଦକ ଜିତିବ ବୋଲି ପ୍ରଶଂସକମାନେ ଆଶା ବାନ୍ଧିଥିଲେ । ହେଲେ [...]
ରାଞ୍ଚି: ଭାରତୀୟ ମହିଳା ହକି ଦଳ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିବାରେ ବିଫଳ ହୋଇଛି। ଏଫଆଇଏଚ ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟରେ ତୃତୀୟ ଓ ଚତୁର୍ଥ ସ୍ଥାନ ମ୍ୟାଚରେ ଭାରତ ଶୁକ୍ରବାର ଜାପାନ ଠାରୁ ୧-୦ରେ ପରାସ୍ତ ହୋଇ ପ୍ୟାରିସ୍ ଅଲିମ୍ପିକ୍ସ ଟିକେଟରୁ ବଞ୍ଚିତ ହୋଇଛି ।
ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ଚତୁର୍ଥ ସ୍ଥାନ ପରେ ଭାରତୀୟ ମହିଳା ହକି ଦଳ ପ୍ୟାରିସ୍ ଅଲିମ୍ପିକ୍ସରେ ପଦକ ଜିତିବ ବୋଲି ପ୍ରଶଂସକମାନେ ଆଶା ବାନ୍ଧିଥିଲେ । ହେଲେ ଭାରତୀୟ ଦଳ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିନପାରିବା ସେମାନଙ୍କୁ ନିରାଶ କରିଛି ।
ଷଷ୍ଠ ମିନିଟରେ ପେନାଲ୍ଟି କର୍ଣ୍ଣରରୁ କାନା ଉରାଟା ଜାପାନ ପାଇଁ ଗୋଲ୍ ଦେଇଥିଲେ। ଜାପାନ ଏହି ଅଗ୍ରଣୀ ଶେଷ ମିନିଟ ପର୍ଯ୍ୟନ୍ତ ବଜାୟ ରଖିଥିଲାବେଳେ ଭାରତୀୟ ଦଳ ଗୋଟିଏ ବି ଗୋଲ୍ ସ୍କୋର କରିପାରିନଥିଲା ।
ଏହି ମ୍ୟାଚରେ ଭାରତ ୯ଟି ପେନାଲ୍ଟି କର୍ଣ୍ଣର ପାଇଥିଲା । ତେବେ ଦଳ ଗୋଟିଏ ବି ଗୋଲରେ ରୂପାନ୍ତର କରିପାରି ନଥିଲା।
ଆମେରିକା ଏବଂ ଜର୍ମାନୀ ଫାଇନାଲରେ ପ୍ରବେଶ କରି ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିସାରିଛନ୍ତି।
Khordha: Higher Secondary School Principal Lands in Vig Net for Accepting Bribe
Next Articleଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ହାଇସ୍କୁଲ ପ୍ରଧାନ ଶିକ୍ଷକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
