ମାର୍ଚ୍ଚ ୨୨ରୁ ଆଇପିଏଲ୍, ଲୋକସଭା ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟରେ ହେବ ଟୁର୍ଣ୍ଣାମେଣ୍ଟ
ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପରବର୍ତ୍ତୀ ସଂସ୍କରଣ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ । ଲୋକସଭା ନିର୍ବାଚନ ସତ୍ତ୍ୱେ ପୂରା ଟୁର୍ଣ୍ଣାମେଣ୍ଟ ଭାରତରେ ଅନୁଷ୍ଠିତ ହେବ ବୋଲି ଆଇପିଏଲ୍ ଅଧ୍ୟକ୍ଷ ଅରୁଣ ଧୁମଲ କହିଛନ୍ତି। ସାଧାରଣ ନିର୍ବାଚନ ଏପ୍ରିଲ ଏବଂ ମେ ମାସରେ ହେବା ସମ୍ଭାବନା ରହିଛି । ସେଥିପାଇଁ ଆଇପିଏଲର ୧୭ତମ ସିଜନ ପାଇଁ କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ। ଧୁମଲ କହିଛନ୍ତି ଯେ ପ୍ରଥମେ ଏହି ଲିଗର ପ୍ରଥମ ୧୫ ଦିନର [...]
ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପରବର୍ତ୍ତୀ ସଂସ୍କରଣ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ । ଲୋକସଭା ନିର୍ବାଚନ ସତ୍ତ୍ୱେ ପୂରା ଟୁର୍ଣ୍ଣାମେଣ୍ଟ ଭାରତରେ ଅନୁଷ୍ଠିତ ହେବ ବୋଲି ଆଇପିଏଲ୍ ଅଧ୍ୟକ୍ଷ ଅରୁଣ ଧୁମଲ କହିଛନ୍ତି।
ସାଧାରଣ ନିର୍ବାଚନ ଏପ୍ରିଲ ଏବଂ ମେ ମାସରେ ହେବା ସମ୍ଭାବନା ରହିଛି । ସେଥିପାଇଁ ଆଇପିଏଲର ୧୭ତମ ସିଜନ ପାଇଁ କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ। ଧୁମଲ କହିଛନ୍ତି ଯେ ପ୍ରଥମେ ଏହି ଲିଗର ପ୍ରଥମ ୧୫ ଦିନର କାର୍ଯ୍ୟସୂଚୀ ଘୋଷଣା କରାଯିବ। ସାଧାରଣ ନିର୍ବାଚନ ତାରିଖ ଘୋଷଣା ପରେ ଅବଶିଷ୍ଟ ମ୍ୟାଚଗୁଡିକର କାର୍ଯ୍ୟସୂଚୀ ଘୋଷଣା କରାଯିବ। ଆସନ୍ତା ମାସ ଆରମ୍ଭରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା ହେବା ସମ୍ଭାବନା ରହିଛି।
ଧୁମଲ କହିଛନ୍ତି, “ଆମେ ମାର୍ଚ୍ଚ ୨୨ରୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ କରିବାକୁ ଯୋଜନା କରୁଛୁ। ଆମେ ସରକାରୀ ସଂସ୍ଥା ଗୁଡ଼ିକ ସହ ମିଶି କାର୍ଯ୍ୟ କରୁଛୁ । ଆମେ ପ୍ରଥମେ ପ୍ରାରମ୍ଭିକ କାର୍ଯ୍ୟସୂଚୀ ରିଲିଜ୍ କରିବୁ । ପୂରା ଟୁର୍ଣ୍ଣାମେଣ୍ଟ ଭାରତରେ ଅନୁଷ୍ଠିତ ହେବ ।
୨୦୦୯ରେ ସାଧାରଣ ନିର୍ବାଚନ ଯୋଗୁଁ ଆଇପିଏଲର ପୂରା ସିଜନ୍ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହୋଇଥିବାବେଳେ ୨୦୧୪ରେ କିଛି ମ୍ୟାଚ୍ ୟୁଏଇରେ ଖେଳାଯାଇଥିଲା। ୨୦୧୯ ସାଧାରଣ ନିର୍ବାଚନ ସମୟରେ ପୂରା ଲିଗ୍ ଦେଶରେ ଅନୁଷ୍ଠିତ ହୋଇଥିଲା ।
ଜୁନରେ ହେବାକୁ ଥିବା ଟି-୨୦ ବିଶ୍ୱକପ ଦୃଷ୍ଟିରୁ ମେ ୨୬ରେ ଆଇପିଏଲ୍ ଫାଇନାଲ ଅନୁଷ୍ଠିତ ହୋଇପାରେ।
ଭାରତୀୟ ଦଳ ଟି-୨୦ ବିଶ୍ୱକପରେ ଜୁନ୍ ୫ରେ ନ୍ୟୁୟର୍କରେ ଆୟର୍ଲାଣ୍ଡ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ। ଏହି ଟୁର୍ଣ୍ଣାମେଣ୍ଟ ଜୁନ୍ ୧ରୁ ଆମେରିକା ଓ କାନାଡ଼ା ମଧ୍ୟରେ ମ୍ୟାଚରୁ ଆରମ୍ଭ ହେବ ।
ସାଧାରଣତଃ ଆଇପିଏଲ୍ ର ଉଦଘାଟନୀ ମ୍ୟାଚ୍ ପୂର୍ବ ବର୍ଷର ବିଜେତା ଏବଂ ରନର୍ ଅପ୍ ମଧ୍ୟରେ ହୋଇଥାଏ । ତେଣୁ ଏଥର ଉଦଘାଟନୀ ମ୍ୟାଚ୍ ଚେନ୍ନାଇ ସୁପର କିଙ୍ଗ୍ସ ଓ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯିବା ସମ୍ଭାବନା ରହିଛି।
କିମ୍ବଦନ୍ତୀ ରେଡିଓ ଉପସ୍ଥାପକ ଅମିନ ସାୟାନୀଙ୍କ ମୃତ୍ୟୁ
Next ArticleBarabati Stadium To Be Transformed Into a World-class Sports Campus With 60,000 Seating Capacity International Stadium
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
