ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ରାଜ୍ୟରେ ସହରାଞ୍ଚଳ ଯାତ୍ରୀ ପରିବହନ କ୍ଷେତ୍ରରେ ଏକ ନୂଆ ଯୁଗର ଶୁଭାରମ୍ଭ ହେବାକୁ ଯାଉଛି। ଆଜି ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ପ୍ରକଳ୍ପ ପାଇଁ ଆଜି ରତାଗଡ ଲେଙ୍କା ସାହିରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ୫-ଟି ଉପକ୍ରମରେ ପ୍ରକଳ୍ପ କାର୍ଯ୍ୟ ହେବ । ଏଥିପାଇଁ ୫୯୨୯ .୩୮ କୋଟି ଟଙ୍କା [...]

Admin•ଜାନୁଆରୀ 1, 2024
Share Article:

ଭୁବନେଶ୍ୱର – ରାଜ୍ୟରେ ସହରାଞ୍ଚଳ ଯାତ୍ରୀ ପରିବହନ କ୍ଷେତ୍ରରେ ଏକ ନୂଆ ଯୁଗର ଶୁଭାରମ୍ଭ ହେବାକୁ ଯାଉଛି। ଆଜି ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ପ୍ରକଳ୍ପ ପାଇଁ ଆଜି ରତାଗଡ ଲେଙ୍କା ସାହିରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ୫-ଟି ଉପକ୍ରମରେ ପ୍ରକଳ୍ପ କାର୍ଯ୍ୟ ହେବ । ଏଥିପାଇଁ ୫୯୨୯ .୩୮ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଗତବର୍ଷ ଏପ୍ରିଲ ପହିଲା ଉତ୍କଳ ଦିବସରେ ରାଜ୍ୟର ପ୍ରଥମ ମେଟ୍ରୋ ପ୍ରକଳ୍ପ ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାତ୍ର ୮ ମାସ ମଧ୍ୟରେ ପ୍ରକଳ୍ପ ପାଇଁ ପ୍ରାରମ୍ଭିକ କାର୍ଯ୍ୟ ସହ ଅର୍ଥ ବରାଦ ହୋଇଛି। ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ଵାବଧାନରେ ଦିଲ୍ଲୀ ମେଟ୍ରୋ ରେଳ ନିଗମ ଟର୍ଣ୍ଣ କି’ ପରାମର୍ଶଦାତା ଭାବେ ପ୍ରକଳ୍ପ କାର୍ଯ୍ୟ କରିବ । ୨୬ କିଲୋମିଟର ବିଶିଷ୍ଟ ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟରେ ୨୦ଟି ଷ୍ଟେସନ ରହିବ । ପରବର୍ତ୍ତୀ ସମୟରେ ଉଭୟ ଦିଗରେ ପ୍ରକଳ୍ପକୁ କଟକ ଓ ପୁରୀକୁ ସମ୍ପ୍ରସାରଣ କରାଯିବ ।

#Odia#Odisha#News
Share Article:

Related Articles