ନୂଆବର୍ଷରେ ଶ୍ରୀକ୍ଷେତ୍ରରେ ୫ ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ : ବାଧାମୁକ୍ତ ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ଓ ପ୍ରଶାସନକୁ ପ୍ରଶଂସା
ପୁରୀ – ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ଼ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରି ୨୦୨୪ ନୂଆବର୍ଷ ଆରମ୍ଭ କରିଛନ୍ତି। ନୂଆବର୍ଷରେ ଶ୍ରୀକ୍ଷେତ୍ର ଜନସମୁଦ୍ରରେ ପରିଣତ ହୋଇଛି। ମହାପ୍ରଭୁଙ୍କ ଆଶିଷ ଲାଭ ସହିତ ଆସନ୍ତା ଜାନୁଆରୀ ୧୭ ତାରିଖରେ ଉଦ୍ଘାଟନ ହେବାକୁଥିବା ପରିକ୍ରମା ପ୍ରକଳ୍ପକୁ ଦେଖିବା ପାଇଁ ଗତକାଲିଠାରୁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି ଗୋଟାଏରୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ୧୨ଟା ପୂର୍ବରୁ ଧାଡ଼ି ବାନ୍ଧି ଠିଆ ହୋଇଥିବା ଦେଖିବାକୁ [...]
ପୁରୀ – ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ଼ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରି ୨୦୨୪ ନୂଆବର୍ଷ ଆରମ୍ଭ କରିଛନ୍ତି। ନୂଆବର୍ଷରେ ଶ୍ରୀକ୍ଷେତ୍ର ଜନସମୁଦ୍ରରେ ପରିଣତ ହୋଇଛି। ମହାପ୍ରଭୁଙ୍କ ଆଶିଷ ଲାଭ ସହିତ ଆସନ୍ତା ଜାନୁଆରୀ ୧୭ ତାରିଖରେ ଉଦ୍ଘାଟନ ହେବାକୁଥିବା ପରିକ୍ରମା ପ୍ରକଳ୍ପକୁ ଦେଖିବା ପାଇଁ ଗତକାଲିଠାରୁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି ଗୋଟାଏରୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ୧୨ଟା ପୂର୍ବରୁ ଧାଡ଼ି ବାନ୍ଧି ଠିଆ ହୋଇଥିବା ଦେଖିବାକୁ ମିଳିଛି। ପ୍ରଶାସନ, ପୁଲିସର ଶୃଙ୍ଖଳିତ ବ୍ୟବସ୍ଥା ଯୋଗୁଁ ୫ ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନୂଆବର୍ଷର ପ୍ରଥମ ଦିନରେ ବାଧାମୁକ୍ତ ଦର୍ଶନର ଦିବ୍ୟ ଅନୁଭବ ଲାଭ କରିଛନ୍ତି। ନୂଆ ବର୍ଷରେ ପ୍ରଥମଥର ଏତେ ସଂଖ୍ୟକ ଭକ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପହଞ୍ଚିଥିଲେ ମଧ୍ୟ ଭକ୍ତମାନଙ୍କୁ ସାମାନ୍ୟ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିନାହିଁ। ଭକ୍ତମାନେ ଶୀତତାପ ନିୟନ୍ତ୍ରିତ ଟନେଲ ଓ ଅଭ୍ୟର୍ଥନା କେନ୍ଦ୍ର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ସହ ମହାପ୍ରଭୁଙ୍କୁ ଦର୍ଶନ ପରେ ଉତ୍ତରଦ୍ୱାର ଦେଇ ମନ୍ଦିରରୁ ବାହାରକୁ ବାହାରିଛନ୍ତି। ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ଶିଶୁଙ୍କୁ ସାଥୀରେ ନେଇ ଆସିଥିବା ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା ଯୋଗୁଁ ସେମାନେ ବିନା ବାଧାରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଅନୁରୂପ ଭାବରେ ସହଳ ନୀତିକାନ୍ତି ଓ ଧାର୍ଯ୍ୟ ସମୟ ପୂର୍ବରୁ ମହାପ୍ରସାଦ ଲାଗି ଯୋଗୁଁ ଭକ୍ତମାନେ ମଧ୍ୟ ଆନନ୍ଦିତ ହୋଇଛନ୍ତି। ଶୃଙ୍ଖଳିତ ଦର୍ଶନ ନିମନ୍ତେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍ପି କେ. ବିଶାଳ ସିଂହ ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀମାନଙ୍କ ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି। ରାଜ୍ୟ ବାହାରୁ ଆସିଥିବା ଭକ୍ତମାନେ ଦର୍ଶନ ନିମନ୍ତେ ରାଜ୍ୟ ସରକାର ଓ ପ୍ରଶାସନର କାର୍ଯ୍ୟକୁ ମୁକ୍ତ କଣ୍ଠରେ ପ୍ରଶଂସା କରିଛନ୍ତି।
ଶ୍ରୀକ୍ଷେତ୍ରକୁ ରାଜ୍ୟ ଓ ରାଜ୍ୟ ବାହାରୁ ଆସୁଥିବା ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଏକ ଦିବ୍ୟ ଅନୁଭୂତି ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିକ୍ରମା ପ୍ରକଳ୍ପର ପରିକଳ୍ପନା କରିଛନ୍ତି। ଏହା ଆସନ୍ତା ୧୭ ତାରିଖରେ ଉଦ୍ଘାଟନ ହେବ। ‘୫-ଟି’ ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ନିୟମିତ ଭାବରେ ଏହି ପ୍ରକଳ୍ପର ଅନୁଧ୍ୟାନ ସହ କାର୍ଯ୍ୟଗୁଡ଼ିକର ସମୀକ୍ଷା କରୁଛନ୍ତି। ଶ୍ରଦ୍ଧାଳୁମାନଙ୍କ ପାଇଁ ଶ୍ରୀମନ୍ଦିର ଓ ଏହାର ଚତୁଃପାର୍ଶ୍ବରେ ସୁବିଧା ସୁଯୋଗ କରାଯାଇଛି। ଏପରିକି ପରିକ୍ରମା ଅଞ୍ଚଳ ମଧ୍ୟରେ ଭକ୍ତଙ୍କ ବାଧାମୁକ୍ତ ବିଚରଣ, ଶ୍ରୀମନ୍ଦିରର ଚତୁଃପାର୍ଶ୍ବ ଦର୍ଶନ, ପରିକ୍ରମଣ ଏବଂ ବଡ଼ ଦେଉଳରେ ପ୍ରତିଦିନ ହେଉଥିବା ପତାକା ପରିବର୍ତ୍ତନର ଦୃଶ୍ୟ ଦର୍ଶନକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି। ମେଘନାଦ ପାଚେରୀ ଚାରିପଟେ ଅଳ୍ପ ଦୂରତାରେ ଖଣ୍ଡେଲାଇଟ୍ ପଥରରେ ସ୍ୱଳ୍ପ ଉଚ୍ଚତାର ପଥର ବ୍ୟାରିକେଡ଼ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକୁ ଆହୁରି ବୃଦ୍ଧି କରିଛି। ସେହିପରି ସ୍ଥାନାନ୍ତରଣକ୍ଷମ ଗଛ ଚାରା ମନ୍ଦିର ଚାରିପଟେ ଘନ ସବୁଜ ଉଦ୍ୟାନର ଭ୍ରମ ସୃଷ୍ଟି କରିଛି। ୫-ଟି ଅଧ୍ୟକ୍ଷ ନିୟମିତ ବ୍ୟବଧାନରେ ପୁରୀରେ ଏହି କାର୍ଯ୍ୟଗୁଡ଼ିକୁ ବ୍ୟକ୍ତିଗତ ଭାବରେ ଅନୁଧ୍ୟାନ କରି ଏହାର କାର୍ଯ୍ୟାନ୍ୱୟନ କରୁଛନ୍ତି। ଅନୁରୂପ ଭାବରେ ପୁରୀ ଜନସାଧାରଣ, ଛୋଟ ବ୍ୟବସାୟୀ, ସେବାୟତମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହେବେ ତାହା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି ୫-ଟି ଅଧ୍ୟକ୍ଷ ପାଣ୍ଡିଆନ। ଯେଉଁଥିପାଇଁ ପୁରୀକୁ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇଛି। ପୂର୍ବରୁ ନୂଆ ବର୍ଷରେ ପୁରୀକୁ ଲକ୍ଷେରୁ ଦେଢ଼ ଲକ୍ଷ ପର୍ଯ୍ୟନ୍ତ ଭକ୍ତଙ୍କ ସମାଗମ ହେଉଥିବାବେଳେ ଚଳିତ ବର୍ଷ ଏହା ୩ରୁ ୪ଗୁଣ ବୃଦ୍ଧି ପାଇ ୫ ଲକ୍ଷ ଅତିକ୍ରମ କରିଛି।
ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ନବବର୍ଷର ଶୁଭେଚ୍ଛା
Next ArticleOdisha: Senior Officials Extend New Year Greetings to Chief Secretary
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
