ଫେବ୍ରୁଆରୀ ୩ ତାରିଖରୁ ତିନିଦିନିଆ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ
ଭୁବନେଶ୍ବର – ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଥିଲା। ଏହି ସମ୍ମିଳନୀ ଯେପରି ସଫଳ ହେବ, ସେ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବାରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି [...]
ଭୁବନେଶ୍ବର – ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଥିଲା। ଏହି ସମ୍ମିଳନୀ ଯେପରି ସଫଳ ହେବ, ସେ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବାରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ସମ୍ମିଳନୀରେ ବିଶଦ ଭାବେ ଆଲୋଚନା କରାଯିବ । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ ।
ଏହି ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତମାନେ ଯୋଗ ଦେଇ ଓଡ଼ିଆ ଭାଷାର ସର୍ବ ପ୍ରାଚୀନତା ଓ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ । ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ । ଏଥିସହ ବିଶେଷଜ୍ଞମାନେ ତିନି ଦିନରେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ ।
ସମ୍ମିଳନୀରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଯୋଗଦେବେ। ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବ । ଏହି ସମ୍ମିଳନୀ ବିଶ୍ୱର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀମାନଙ୍କ ନିମନ୍ତେ ଏକ ନୂତନ ଆଲୋକବର୍ତ୍ତିକା ହେବ ।
First-ever Biswa Odia Bhasha Sammilani to Be Organized from Feb 3 to 5
Next Articleରଥଯାତ୍ରା ପାଇଁ ଅନୁଷ୍ଠିତ ହେଲା ରଥକାଠ ଗଛକଟା ଅନୁକୂଳ ପୂଜା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
