ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଚାରିଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ – ଆଜି ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉମାନଙ୍କର ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ [...]

Admin•ଜାନୁଆରୀ 3, 2024
Share Article:

ପୁରୀ – ଆଜି ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉମାନଙ୍କର ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତ ମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ସେବା ନୀତି । ତେଣୁ ଏହି ନୀତି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହେ।

#Odia#Odisha#News
Share Article:

Related Articles