ହାଇଟେକ୍ ବିସ୍ଫୋରଣ ମୃତ୍ୟୁ ମାମଲାର ନୂଆ ମୋଡ , ଜୀବିତ ଅଛନ୍ତି ‘ମୃତ ଘୋଷିତ’ ଦିଲ୍ଲୀପ ସାମନ୍ତରାୟ
ଭୁବନେଶ୍ୱର – ରାଜଧାନୀର ହାଇଟେକ୍ ମେଡିକାଲରେ ଏକ ବିସ୍ଫୋରଣରେ ଗୁରୁତର ଆହତ ଯୁବକ ଦିଲ୍ଲୀପ ସାମନ୍ତରାୟଙ୍କ ଗତ ୩୦ ତାରିଖରେ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଥିଲା । କିନ୍ତୁ ଏବେ ଏହି ଘଟଣା ଏକ ନୂଆ ମୋଡ଼ ନେଇଛି । ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ହୋଇନାହିଁ। ସେ ଜୀବିତ ଅଛନ୍ତି ବୋଲି ଜଣାପଡିଛି। ଖୋଦ୍ ହାଇଟେକ୍ ମେଡ଼ିକାଲ କଲେଜ ଆଣ୍ଡ୍ ହସ୍ପିଟାଲ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି। ବିସ୍ଫୋରଣରେ ଗୁରୁତର ଭାବେ ଆହତ ହୋଇ ହାଇଟେକ୍ [...]
ଭୁବନେଶ୍ୱର – ରାଜଧାନୀର ହାଇଟେକ୍ ମେଡିକାଲରେ ଏକ ବିସ୍ଫୋରଣରେ ଗୁରୁତର ଆହତ ଯୁବକ ଦିଲ୍ଲୀପ ସାମନ୍ତରାୟଙ୍କ ଗତ ୩୦ ତାରିଖରେ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଥିଲା । କିନ୍ତୁ ଏବେ ଏହି ଘଟଣା ଏକ ନୂଆ ମୋଡ଼ ନେଇଛି । ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ହୋଇନାହିଁ। ସେ ଜୀବିତ ଅଛନ୍ତି ବୋଲି ଜଣାପଡିଛି। ଖୋଦ୍ ହାଇଟେକ୍ ମେଡ଼ିକାଲ କଲେଜ ଆଣ୍ଡ୍ ହସ୍ପିଟାଲ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି।
ବିସ୍ଫୋରଣରେ ଗୁରୁତର ଭାବେ ଆହତ ହୋଇ ହାଇଟେକ୍ ହସ୍ପିଟାଲରେ ଭେଣ୍ଟିଲେଟରରେ ଚିକିତ୍ସାଧୀନ ଥିବା ଯୁବକ ଜ୍ୟୋତିରଞ୍ଜନ ମଲ୍ଲିକ ବୋଲି ସମସ୍ତେ ଭାବୁଥିଲେ ।ସେ କିନ୍ତୁ ଯାହା କହିଛନ୍ତି ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗତକାଲି ଉକ୍ତ ଯୁବକ ଜଣକ ଭେଣ୍ଟିଲେଟରରୁ ବାହାରିଥିବା ବେଳେ ନିଜ ପରିଚୟ ଦିଲ୍ଲୀପ ସାମନ୍ତରାୟ ବୋଲି କହିଛନ୍ତି। ଏହାପରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଆରମ୍ଭ ହୋଇ ଯାଇଥିବା ବେଳେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଦିଲ୍ଲୀପ ସାମନ୍ତରାୟ ଜୀବିତ ଅଛନ୍ତି ବୋଲି ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି। ବିସ୍ଫୋରଣ ପରେ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ହାଇଟେକରେ ଭର୍ତ୍ତି କରାଯାଇଥିଲା। ଠିକା ସଂସ୍ଥା କର୍ମଚାରୀଙ୍କ ପରିଚୟ ଆଧାରରେ ସେମାନଙ୍କ ଚିକିତ୍ସା ଚାଲିଥିଲା। ତେବେ ଗତ ୩୦ ତାରିଖରେ ଯେଉଁ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା, ତାଙ୍କ ପରିଚୟ ସେତେବେଳେ ଦିଲୀପ ସାମନ୍ତରାୟ ବୋଲି କୁହାଯାଇଥିଲା । ଏପରିକି ଦିଲୀପଙ୍କ ପରିବାର ଲୋକ ମୃତଦେହକୁ ନେଇ ଅନ୍ତିମ ସଂସ୍କାର ମଧ୍ୟ କରିସାରିଥିଲେ।
ହାଇଟେକ ମେଡିକାଲର ଆଇସିୟୁରେ ଅନ୍ୟ ଜଣେ ଆହତ ଜ୍ୟୋତିରଞ୍ଜନ ମଲ୍ଲିକ ବୋଲି ଭାବି ଯାହାଙ୍କର ଚିକିତ୍ସା ଚାଲିଥିଲା, ସେ ଗତକାଲି ଭେଣ୍ଟିଲେଟରରୁ ବାହାରିବା ପରେ ନିଜ ନାଁ ଦିଲୀପ ସାମନ୍ତରାୟ ବୋଲି କହିଥିଲେ। ଦ୍ୱନ୍ଦ୍ୱର ସମାଧାନ କରିବାକୁ ମନସ୍ତତ୍ତ୍ୱବିତ୍ ତାଙ୍କୁ ଦିଲୀପଙ୍କ ସମସ୍ତ ବ୍ୟକ୍ତିଗତ ପ୍ରଶ୍ନ ପଚାରିଥିଲେ ଏବଂ ସେ ସବୁ ଠିକ୍ ଠିକ୍ ଉତ୍ତର ଦେଇଥିଲେ। ତେଣୁ ସେ ହିଁ ଦିଲୀପ ବୋଲି ଏବେ ସମସ୍ତେ ବିଶ୍ୱାସ କରୁଛନ୍ତି।
ତେବେ, ଜ୍ୟୋତିଙ୍କ ବାପା ନିଜ ପୁଅର ମୃତ୍ୟୁ ହୋଇ ସାରିଥିବା କଥାକୁ ସହଜେ ଗ୍ରହଣ କରି ପାରୁ ନାହାନ୍ତି। ଏହାଠୁ ଅଧିକ ଦୁଃଖର କଥା ହେଉଛି ଯେ, ସ୍ୱାମୀ ଦିଲୀପ ସାମନ୍ତରାୟଙ୍କର ମୃତ୍ୟୁ ହୋଇଥିବା ଭାବି ତାଙ୍କ ପତ୍ନୀ ସୋନା ସାମନ୍ତରାୟ ଆତ୍ମହତ୍ୟା କରି ସାରିଛନ୍ତି।
Pramod Ratha Expelled From Biju Janata Dal
Next Articleଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଆଇଇଡି ବିସ୍ଫୋରଣ , ୩ ଯବାନ ଗୁରୁତର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
