ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ ଲୋକାର୍ପଣ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ପୁରୀ- ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଆଉ ମାତ୍ର ଦିନ କେଇଟା ବାକି । ଭବ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଚାଲିଛି ପ୍ରସ୍ତୁତି । ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ [...]
ପୁରୀ- ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଆଉ ମାତ୍ର ଦିନ କେଇଟା ବାକି । ଭବ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଚାଲିଛି ପ୍ରସ୍ତୁତି । ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ ଆସିବେ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ କିପରି ସୁରକ୍ଷିିତ ଓ ଶୃଙ୍ଖଳିତ ହେବ, ସେ ନେଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ଲକ୍ଷାଧିକ ଭକ୍ତଙ୍କ ସମାଗମ ସମ୍ଭାବନାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ଦିଗ ପ୍ରତି ଗୁରୁତ୍ୱ ଦିଆଯାଇଛି। ଏହି ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ସାମିଲ ରହିଛନ୍ତି।
ଚଳିତମାସ ୧୧ ତାରିଖ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଶନିବାରଠାରୁ ପ୍ରତି ପଞ୍ଚାୟତରେ ଶ୍ରୀଜଗନ୍ନାଥ ପ୍ରଚାର ରଥ ବୁଲିବ। ଲୋକାର୍ପଣ ଉତ୍ସବରେ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ। ସିସିଟିଭି ବଳୟରେ ରହିବ ପୁରୀ ସହର । ଟ୍ରାଫିକ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ ବୋଲି ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ସୂଚନା ଦେଇଛନ୍ତି।
ସ୍ବାତି ମାଲିୱାଲଙ୍କୁ ରାଜ୍ୟସଭା ଟିକେଟ୍ ଦେଲା ଆପ୍
Next ArticleMan Declared Dead in Hospital Blast Found Alive in Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
