ଆର୍ବଜନା ମୁକ୍ତ ସହର ପାଇଁ ଜାତୀୟ ସ୍ତରରେ ପୁରସ୍କାର ପାଇବ ଭଞ୍ଜନଗର ଏନ୍ଏସି
ଭଞ୍ଜନଗର – ସହରକୁ ସ୍ବଚ୍ଛ ସୁନ୍ଦର କରିବା ଦିଗରେ ଭଞ୍ଜନଗର ସହରରେ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଉଛି। ପରିମଳ ଠାରୁ ଆରମ୍ଭ କରି ସର୍ବନିମ୍ନ ମୌଳିକ ସୁବିଧା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ନିଜର ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିବା ବେଳେ ବର୍ତ୍ତମାନ ଆର୍ବଜନା ମୁକ୍ତ ସହର ଭାବେ ଜାତୀୟ ସ୍ତରରେ ଚୟନ ହୋଇ ରାଷ୍ଟ୍ରପତିଙ୍କ ନିକଟରୁ ପୁରସ୍କାର ପାଇବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏନେଇ ରାଜ୍ୟ ନଗର [...]
ଭଞ୍ଜନଗର – ସହରକୁ ସ୍ବଚ୍ଛ ସୁନ୍ଦର କରିବା ଦିଗରେ ଭଞ୍ଜନଗର ସହରରେ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଉଛି। ପରିମଳ ଠାରୁ ଆରମ୍ଭ କରି ସର୍ବନିମ୍ନ ମୌଳିକ ସୁବିଧା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ନିଜର ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିବା ବେଳେ ବର୍ତ୍ତମାନ ଆର୍ବଜନା ମୁକ୍ତ ସହର ଭାବେ ଜାତୀୟ ସ୍ତରରେ ଚୟନ ହୋଇ ରାଷ୍ଟ୍ରପତିଙ୍କ ନିକଟରୁ ପୁରସ୍କାର ପାଇବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏନେଇ ରାଜ୍ୟ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକ ଚିଠି ମାଧ୍ୟମରେ ଏନ୍ଏସିକୁ ଅବଗତ କରାଯାଇଛି। ଆର୍ବଜନା ମୁକ୍ତ ସହର ପାଇଁ କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ସର୍ବେ କ୍ଷଣ -୨୦୨୩ ଅଭିଯାନ ଆନୁକୂଲ୍ୟରେ ହୋଇଥିବା ଚୟନ ପ୍ରକ୍ରିୟାରେ ଭଞ୍ଜନଗର ଏନ୍ଏସି ଉଲ୍ଲେଖନୀୟ ଅବଦାନ ପାଇଁ ଏଭଳି ପୁରସ୍କାର ପାଇବା ନେଇ ଯୋଗ୍ୟ ବିବେଚିତ ହୋଇଛି।

ଏହି ଖବର ପହଞ୍ଚିବା ପରେ ସ୍ଥାନୀୟ ଇଲାକାରେ ଖୁସିର ଲହରି ଖେଳି ଯାଇଛି। ଆସନ୍ତା ୧୧ ତାରିଖ ନୂଆଦିଲ୍ଲୀର ଭାରତ ମଣ୍ଡପରେ ପୁରସ୍କାର ବିତରଣ ଉତ୍ସବରେ ଭଞ୍ଜନଗର ଏନଏସି ନଗରପାଳ ଗୋପବନ୍ଧୁ ମହାପାତ୍ର ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଆଶୁତୋଷ ଗୌରବ କର ଓ ପରିମଳ ବିଭାଗର କର୍ମଚାରୀ ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଯୋଗ ଦେଇ ପୁରସ୍କାର ଗ୍ରହଣ କରିବା ନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି ।
ଆଜି ସଫଳା ଏକାଦଶୀ ବ୍ରତ, ଏହି ବ୍ରତ କରିବା ଦ୍ୱାରା ଅଜାଣତରେ କରିଥିବା ଜୀବହତ୍ୟା ଦୋଷ କ୍ଷୟ ହୋଇଥାଏ
Next Articleଭିତରକନିକା ପକ୍ଷୀ ଗଣନା : ବିଦେଶାଗତଙ୍କ ସଂଖ୍ୟା ବୃଦ୍ଧି, ପ୍ରଜାତି କମ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
