କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ ଅଗ୍ରଗତିର ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ, ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଲୋକାର୍ପିତ ହେବ ଅକ୍ଷର ଭୂମି
ଭୁବନେଶ୍ବର- ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହେଉଛି ଅକ୍ଷରଭୂମି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସକାଳେ କଳା ମଣ୍ଡଳ ଯାଇ ଏହାର ଅଗ୍ରଗତି ସମ୍ପର୍କରେ [...]
ଭୁବନେଶ୍ବର- ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହେଉଛି ଅକ୍ଷରଭୂମି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସକାଳେ କଳା ମଣ୍ଡଳ ଯାଇ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ।

ଦୁଇ ହଜାର ସ୍ଥାନ ବିଶିଷ୍ଟ କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ହେବ ରାଜ୍ୟର ସବୁଠାରୁ ବଡ଼ ସମ୍ମିଳନୀ କେନ୍ଦ୍ର । ଆଗାମୀ ଚାରି ମାସ ମଧ୍ୟରେ ଏହାର ନିର୍ମାଣ କାମ ଶେଷ କରିବାକୁ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । କଳାମଣ୍ଡଳର ଆଭ୍ୟନ୍ତରୀଣ ସାଜସଜା ଓଡ଼ିଆ ସଂସ୍କୃତି ଓ ଐତିହ୍ୟର ପୃଷ୍ଠଭୂମି ଢାଞ୍ଚାରେ କରିବାକୁ ସେ ପରାମର୍ଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ର ଏହି ସମ୍ମିଳନୀ କେନ୍ଦ୍ରର ନିର୍ମାଣ ଦାୟିତ୍ଵ ଇଡକୋ ନେଇଛି । ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀକୁ ଚିର ସ୍ମରଣୀୟ କରିବା ପାଇଁ କଳାମଣ୍ଡଳ ପରିସରରେ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିବା ଅକ୍ଷର ଭୂମି କାମ ମଧ୍ୟ ପାଣ୍ଡିଆନ ବୁଲି ଦେଖିଥିଲେ । ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ହେବ ।ଏହା ଆମର ମହାନ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟରେ ଅକ୍ଷର ଭୂମି ଭବିଷ୍ୟତ ପୀଢିକୁ ପ୍ରେରଣା ଦେଇଚାଲିବ ଏବଂ ଓଡ଼ିଆ ଭାଷାର ଅସ୍ମିତାର ପରିଚୟ ହେବ ବୋଲି ୫-ଟି ଅଧ୍ୟକ୍ଷ ଆଶା ବ୍ୟକ୍ତ କରିଥିଲେ । ସେଠାରେ ମଧ୍ୟ ଏକ ଓଡ଼ିଆ ଭାଷା ସମ୍ମିଳନୀ ସ୍ମୃତି ତୋରଣ ନିର୍ମାଣ କରାଯାଉଛି ।

ଅକ୍ଷରଭୂମି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ୫-ଟି ଅଧ୍ୟକ୍ଷ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇ ଥିଲେ । ଏହାର ନିର୍ମାଣ କାର୍ଯ୍ୟ ଉଭୟ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଓ ପୂର୍ତ୍ତ ବିଭାଗ ସହଯୋଗରେ କରାଯାଉଛି ।ଭବିଷ୍ୟତ ସମ୍ପ୍ରସାରଣକୁ ଦୃଷ୍ଟିରେ ରଖି ଅଧିକ ଖୋଲା ସ୍ଥାନ ରଖିବା ଏବଂ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବେସମେଣ୍ଟରେ ପାର୍କିଂ ବ୍ୟବସ୍ଥାର ବିକାଶ ପାଇଁ ସ୍ଥିର କରାଯାଇଥିଲା ।

ପରିସରରେ ଅଧିକ ଗଚ୍ଛ ଲଗାଇ ଏହାକୁ ସବୁଜ ସୁନ୍ଦର କରିବା ତଥା ବିଭିନ୍ନ ପରିବେଶ ଅନୁକୂଳ ଜିନିଷ ବ୍ୟବହାର କରିବା ପାଇଁ ୫-ଟି ସଚିବ ପରାମର୍ଶ ଦେଇଥିଲେ ।
୫-ଟି ଅଧ୍ୟକ୍ଷଙ୍କ ଏହି ଗସ୍ତ ସମୟରେ , ବିଡିଏ ଉପାଧ୍ୟାକ୍ଷ ବଲୱନ୍ତ ସିଂ,ଇଡକୋ ଏମଡି ଭୂପିନ୍ଦର ସିଂ ପୁନିଆ , ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ, ନିର୍ଦ୍ଦେଶକ ଦିଲୀପ ରାଉତରାୟ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
ସ୍ଵଛ ସର୍ବେକ୍ଷଣ: ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ପାଇବେ ଗଞ୍ଜାମ ଜିଲ୍ଲାର ୧୦ ଏନ୍ଏସି
Next Articleପ୍ରଧାନମନ୍ତ୍ରୀ ମୋଦୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ମାଳଦ୍ୱୀପର ତିନି ମନ୍ତ୍ରୀ ନିଲମ୍ବିତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
