ବିଏସ୍କେୱାଇ ନବୀନ କାର୍ଡ ପାଇଁ ପ୍ରବଳ ଉତ୍ସାହ : ଗଞ୍ଜାମ, କଟକ ଓ ଖୋର୍ଦ୍ଧାରୁ ସର୍ବାଧିକ ଆବେଦନ
ଭୁବନେଶ୍ୱର- ବିଏସ୍କେୱାଇ ‘ନବୀନ କାର୍ଡ ‘ପାଇଁ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । ଚଳିତମାସ ୬ ତାରିଖରୁ ୯ ତାରିଖ ମଧ୍ୟରେ ମଧ୍ୟରେ ନବୀନ କାର୍ଡ ପାଇଁ ୧.୨ ଲକ୍ଷ ପଞ୍ଜୀକରଣ ହୋଇଥିବାବେଳେ ୭୧ ହଜାର ଆବେଦନପତ୍ର ବିଭାଗ ନିକଟରେ ପହଞ୍ଚିଛି। ୩୦ଟି ଯାକ ଜିଲ୍ଳାରୁ ପଞ୍ଜୀକରଣ ପାଇଁ ଆବେଦନ ହୋଇଛି । ଗଞ୍ଜାମ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆବେଦନ ହୋଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାରୁ ୯୫୨୫ ପରିବାର ଆବେଦନ କରିଥିବା ବେଳେ [...]
ଭୁବନେଶ୍ୱର- ବିଏସ୍କେୱାଇ ‘ନବୀନ କାର୍ଡ ‘ପାଇଁ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । ଚଳିତମାସ ୬ ତାରିଖରୁ ୯ ତାରିଖ ମଧ୍ୟରେ ମଧ୍ୟରେ ନବୀନ କାର୍ଡ ପାଇଁ ୧.୨ ଲକ୍ଷ ପଞ୍ଜୀକରଣ ହୋଇଥିବାବେଳେ ୭୧ ହଜାର ଆବେଦନପତ୍ର ବିଭାଗ ନିକଟରେ ପହଞ୍ଚିଛି। ୩୦ଟି ଯାକ ଜିଲ୍ଳାରୁ ପଞ୍ଜୀକରଣ ପାଇଁ ଆବେଦନ ହୋଇଛି । ଗଞ୍ଜାମ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆବେଦନ ହୋଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାରୁ ୯୫୨୫ ପରିବାର ଆବେଦନ କରିଥିବା ବେଳେ କଟକରୁ ୭୩୫୯ ଏବଂ ଖୋର୍ଦ୍ଧାରୁ ୭୧୬୫ ଆବେଦନ ବିଭାଗ ନିକଟରେ ପହଞ୍ଚିଛି। ବିଭିନ୍ନ ଜନସେବା କେନ୍ଦ୍ର ଜରିଆରେ ବିଏସ୍କେୱାଇ ନବୀନ କାର୍ଡର ଅଧିକାଂଶ ଆବେଦନ କରାଯାଉଛି। ଅନେକ ଲୋକ ସିଧାସଳଖ bskynabin.odisha.gov.in ୱେବ୍ସାଇଟ୍ରେ ଲଗ୍ ଇନ୍ କରି ଆବେଦନ କରିପାରିଛନ୍ତି। ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ବିଏସ୍କେୱାଇ ନବୀନ କାର୍ଡ ପାଇଁ ଆବେଦନ ଜାରି ରହିବ। ଚଳିତ ବର୍ଷ ମେ’ ପହିଲାରୁ ନବୀନ କାର୍ଡରେ ସ୍ୱାସ୍ଥ୍ୟ ସେବା ଉପଲବ୍ଧ ହେବ।
ବିଏସ୍କେୱାଇରୁ ବଞ୍ଚିତ ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଜନିତ ଆର୍ଥିକ ବୋଝରୁ ସୁରକ୍ଷା ଦେବା ପାଇଁ ମୁଖ୍ୟମନ୍ତ୍ରୀ ବିଏସ୍କେୱାଇ ନବୀନ କାର୍ଡ ଘୋଷଣା କରିଥିଲେ। ବିଏସ୍କେୱାଇ ତୃତୀୟ ପର୍ଯ୍ୟାୟ ସମ୍ପ୍ରସାରଣରେ ଗ୍ରାମାଞ୍ଚଳର ସବୁ ପରିବାର ପାଇଁ (ସରକାରୀ କର୍ମଚାରୀ, ପେନସନ୍ଭୋଗୀ ଓ ଆୟକର ଦାତାଙ୍କୁ ବାଦ୍ ଦେଇ) ବିଏସ୍କେୱାଇ ନବୀନ କାର୍ଡ ଆରମ୍ଭ କରାଯାଇଛି। ଏହା ଦ୍ୱାରା ରାସନ କାର୍ଡ ନ ଥିବା ପ୍ରାୟ ୧୪ ଲକ୍ଷ ପରିବାରକୁ ସର୍ବଶ୍ରେଷ୍ଠ ସ୍ୱାସ୍ଥ୍ୟ ସେବା ଯୋଜନାରେ ସାମିଲ କରାଯିବ। ଏହାକୁ ମିଶାଇ ପ୍ରାୟ ୧.୧୦ ପରିବାରକୁ ଅର୍ଥାତ ୯୦ ପ୍ରତିଶତ ଲୋକଙ୍କୁ ବିଏସ୍କେୱାଇରେ ସାମିଲ କରାଯାଇଛି। ଖୁବ୍ ଶୀଘ୍ର ସହରାଞ୍ଚଳର ସବୁ ପରିବାରକୁ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବିଏସ୍କେୱାଇ ନବୀନ କାର୍ଡରେ ପରିବାରର ପୁରୁଷଙ୍କ ପାଇଁ ୫ ଲକ୍ଷ ଏବଂ ମହିଳା ସଦସ୍ୟଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ଉପଲବ୍ଧ ହେବ। ବିଏସ୍କେୱାଇ ନବୀନ କାର୍ଡ ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ଡାକ୍ତରଖାନାରେ ନିର୍ଦ୍ଧାରିତ ଗୁରୁତର ରୋଗ ଗୁଡିକର ଦେୟମୁକ୍ତ ଚିକିତ୍ସା ପାଇବେ
ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ଉଚ୍ଚ ଶିକ୍ଷା ବିଭାଗର ନିଯୁକ୍ତି ପର୍ବ
Next Articleମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସଂକ୍ରାନ୍ତ ନୂଆ ଆଇନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
