ଅଧିକାଂଶ ସ୍ଥାନରେ ଘନ କୁହୁଡି , ଦୃଶ୍ୟମାନ ଦୂରତା ଯଥେଷ୍ଟ ହ୍ରାସ
ଭୁବନେଶ୍ବର – ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡି ଦେଖାଦେଇଛି । ଦୃଶ୍ୟମାନ ଦୂରତା କମ୍ ରହିଥିବାରୁ ଯାନବାହନ ଚଳାଚଳରେ ଅସୁବିଧା ସୃଷ୍ଟି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟକୁ ବର୍ତ୍ତମାନ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ଅନେକ ସ୍ଥାନରେ ଘନ କୁହୁଡ଼ି ସୃଷ୍ଟି ହେଉଛି। କୁହୁଡ଼ି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ଦୂରତା ଯଥେଷ୍ଟ ହ୍ରାସ ପାଇଛି। ଆଜି ଭୁବନେଶ୍ୱର, କଟକ ଓ ପୁରୀ ସମେତ ବିଭିନ୍ନ [...]
ଭୁବନେଶ୍ବର – ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡି ଦେଖାଦେଇଛି । ଦୃଶ୍ୟମାନ ଦୂରତା କମ୍ ରହିଥିବାରୁ ଯାନବାହନ ଚଳାଚଳରେ ଅସୁବିଧା ସୃଷ୍ଟି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟକୁ ବର୍ତ୍ତମାନ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ଅନେକ ସ୍ଥାନରେ ଘନ କୁହୁଡ଼ି ସୃଷ୍ଟି ହେଉଛି। କୁହୁଡ଼ି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ଦୂରତା ଯଥେଷ୍ଟ ହ୍ରାସ ପାଇଛି। ଆଜି ଭୁବନେଶ୍ୱର, କଟକ ଓ ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ସର୍ବନିମ୍ନ ଦୃଶ୍ୟମାନ ଦୂରତା ୧୦୦ ମିଟର ରେକର୍ଡ କରାଯାିଛି। ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଏଣେ ଅନେକ ସ୍ଥାନରେ ରାତି ତାପମାତ୍ରା ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି। ୨ ଦିନ ପରେ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା ରହିଛି ।
ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସଂକ୍ରାନ୍ତ ନୂଆ ଆଇନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ
Next Articleସିଧା ପ୍ରସାରଣ ଚାଲିଥିବା ବେଳେ ଟିଭି ଷ୍ଟୁଡିଓରେ ପଶିଲେ ବନ୍ଧୁକଧାରୀ, ଭିଡ଼ିଓ ଭାଇରାଲ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
